ମୁମ୍ବାଇ: ଭାରତରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। କରୋନା ପାଇଁ ଦେଶରେ ସବୁଠାରୁ ଅଧିକ ପ୍ରଭାବିତ ହୋଇଥିବା ମହାରାଷ୍ଟ୍ରରେ ଆଜି ପୁଣି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।
ମୃତ ବ୍ୟକ୍ତିଙ୍କ ବୟସ ୮୦। ସେ କରୋନାରେ ଆକ୍ରାନ୍ତ ହୋଇ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ ଆଜିର ମୃତକଙ୍କୁ ମିଶାଇ ମହାରାଷ୍ଟ୍ରରେ ଏଯାଏ କରୋନା ଯୋଗୁ ୧୦ ଜଣଙ୍କ ଜୀବନ ଗଲାଣି।
ସେହିପରି ବେସରକାରୀ ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ୨୧୬ ଛୁଇଁଛି। ଏମାନଙ୍କ ମଧ୍ୟରୁ ୩୯ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି।