ନୂଆଦିଲ୍ଲୀ: ପ୍ରବାସୀ ଶ୍ରମିକଙ୍କ ସମସ୍ୟାକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ବେଳେ କେନ୍ଦ୍ର ସରକାର ବଡ଼ ତଥ୍ୟ ଉପସ୍ଥାପନ କରିଛନ୍ତି। ମେ’ ୧ରୁ ପ୍ରବାସୀଙ୍କୁ ସେମାନଙ୍କ ରାଜ୍ୟକୁ ପଠାଇବା ପାଇଁ ସ୍ପେଶାଲ ଟ୍ରେନ ଚାଳାଚଳ କରାଯାଉଛି। ଇତି ମଧ୍ୟରେ ୯୧ ଲକ୍ଷ ପ୍ରବାସୀଙ୍କୁ ସେମାନଙ୍କ ରାଜ୍ୟକୁ ପଠା ଯାଇଥିବା କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ ଅବଗତ କରାଇଛନ୍ତି।
ଯେତେଦିନ ଯାଏ ସମସ୍ତ ପ୍ରବାସୀ ସେମାନଙ୍କ ରାଜ୍ୟରେ ପହଞ୍ଚି ନାହାନ୍ତି, ସେତେଦିନ ଯାଏ କେନ୍ଦ୍ର ସରକାର ଏମିତି ଟ୍ରେନ ଚଳାଚଳ କରୁଥିବେ। ସେହିପରି ପ୍ରବାସୀଙ୍କୁ ସହଯୋଗ କରିବାକୁ କେବେ ହେଲେ ପଛଘୁଞ୍ଚା ଦେବେ ନାହିଁ ବୋଲି କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କ ଆଗରେ କହିଛନ୍ତି।
ମଙ୍ଗଳବାର ସୁପ୍ରିମକୋର୍ଟ ପ୍ରବାସୀ ଶ୍ରମିକମାନେ ଭୋଗୁଥିବା ସମସ୍ୟାକୁ ଗୁରୁତର ସହ ନେଇଥିଲେ। ଏଥିସହ ନିଜ ଆଡ଼ୁ ମାମଲା ଶୁଣାଣି କରିଥିଲେ। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରମାନେ ପ୍ରବାସୀ ଶ୍ରମିକଙ୍କ ପାଇଁ କ’ଣ କରିଛନ୍ତି, ସେକଥା ସତ୍ୟପାଠ ଜରିଆରେ ଜଣାଇବାକୁ କହିଥିଲେ। ଏବେ କେନ୍ଦ୍ର ସରକାର ତାଙ୍କ ପକ୍ଷ ରଖିଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।