ଗୌହାଟି: ଜାତୀୟ ରାଜପଥରେ ବସ୍ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି। ରବିବାର ଆସାମର କୋକରାଝର ଜିଲ୍ଲାରେ ଏହି ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। କୋକରାଝର ଜିଲ୍ଲାର ବୋଗରିବାଡି ଥାନା ଅଧିନରେ ଥିବା ପନବାରୀ ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି।
ସ୍ଥାନୀୟ ଲୋକେ ଦୁର୍ଘଟଣା ବାବଦରେ ପୁଲିସକୁ ଖବର ଦେଇଥିଲେ। ଏହାପରେ ପୁଲିସ ଘଟଣାସ୍ଥଳକୁ ଆସି ସ୍ଥାନୀୟ ଲୋକଙ୍କ ସହଯୋଗରେ ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଇଥିଲା। ଘଟଣାସ୍ଥଳରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ପୁଲିସ କହିଛି।
ଯାତ୍ରିବାହୀ ବସଟି ସପ୍ତଗ୍ରାମରୁ ଘୁବରୀ ଅଭିମୁଖେ ଯାଉଥିଲା। ଟ୍ରକଟି ଗୌହାଟି ଅଭିମୁଖେ ଯାଉଥିଲା ବୋଲି ଜଣାପଡ଼ିଛି। ଆସାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ୱାଲା ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଥିବା ବେଳେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।