ଶ୍ରୀନଗର: ଜମ୍ମୁ କଶ୍ମୀରର ବରମୁଲା ଜିଲ୍ଲାରୁ ଜଣେ ଆତଙ୍କବାଦୀକୁ ଗିରଫ କରିଛି ପୁଲିସ୍। ବରମୁଲାରେ ରେଲଓ୍ୱେ ନିଯୁକ୍ତି ପାଇଁ ରାଲି ଚାଲିଥିଲା। ଏହାରି ଭିତରେ ଆତଙ୍କବାଦୀ ଜଣଙ୍କ ଲୁଚିଥିଲା ବୋଲି ପୁଲିସ ଜାଣିବା ପରେ ଗିରଫ କରିଛି। ଏବେ ଆତଙ୍କବାଦୀ ଜଣକୁ ବିଭିନ୍ନ ପ୍ରସଙ୍ଗରେ ପଚରାଉଚରା କରୁଛି ପୁଲିସ୍। ଗିରଫ ଆତଙ୍କବାଦୀ ଜଣଙ୍କର ପରିଚୟ, ସେ କେଉଁ ଆତଙ୍କବାଦୀ ସଂଗଠନ ସହ ଜଡ଼ିତ ରହିଛି ସେ ନେଇ କୌଣସି ସୂଚନା ମିଳିନାହିଁ।
ଗିରଫ ବେଳେ ଆତଙ୍କବାଦୀ ପାଖରେ ଥିବା ହ୍ୟାଣ୍ଡ ଗ୍ରେନେଡକୁ ମଧ୍ୟ ପୁଲିସ ଜବତ କରିଛି। କୌଣସି ସ୍ଥାନରେ ଆକ୍ରମଣ କରିବାକୁ ଏହି ଆତଙ୍କବାଦୀ ଯୋଜନା କରୁଥିଲା ବୋଲି ପୁଲିସ ଜାଣିବାକୁ ପାଇଛି। ଏହା ପୂର୍ବରୁ ମଧ୍ୟ ସ୍ଥାନୀୟ ଲୋକଙ୍କୁ ଧମକ ଦେବାକୁ ଯାଇ କିଛି ଲୋକ ପୋଷ୍ଟର ମାରିଥିଲେ। ପୁଲିସ ସେମାନଙ୍କୁ ଗିରଫ କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।
National
ପୁଣି ସାମ୍ବାଦିକଙ୍କୁ ଟାର୍ଗେଟ୍, ପରିବାରକୁ କୁରାଢ଼ିରେ ହାଣି ଦେଲେ
ସାମ୍ବାଦିକଙ୍କ ବାପା-ମା' ଓ ଭାଇକୁ କୁରାଢ଼ିରେ ହାଣି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।
National
ଦିଲ୍ଲୀ ଦଖଲ କସରତ୍: ଆଜି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି
ଦିଲ୍ଲୀରେ ଆସନ୍ତା ଫେବ୍ରୁଆରୀ ୫ରେ ଭୋଟିଂ ହେବ। ୮ ତାରିଖରେ ଫଳାଫଳ ଆସିବ।
National
ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ବିଧାୟକ
ଗୁରୁପ୍ରୀତଙ୍କ ମୁଣ୍ଡରେ ଗୁଳି ବାଜିଛି। ତେବେ କାହିଁକି ଗୁଳି ଫୁଟାଇଲେ ତାହା ଅସ୍ପଷ୍ଟ ରହିଛି।
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।