ଔରୈୟା ଦୁର୍ଘଟଣା, ମୃତକ ଓ ଆହତଙ୍କୁ ପ୍ରଧାନମନ୍ତ୍ରୀଙ୍କ ଆର୍ଥିକ ସହାୟତା

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ଔରୈୟାରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ୨୪ ପ୍ରବାସୀ ଶ୍ରମିକଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କା ଓ ଆହତଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ। ଏହି ସମସ୍ତ ଟଙ୍କା ପ୍ରଧାନମନ୍ତ୍ରୀଙ୍କ ରିଲିଫ୍ ଫଣ୍ଡରୁ ଦିଆଯିବ। ଏ ନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପିଏମଓ ପକ୍ଷରୁ ଟୁଇଟ୍ କରି କୁହାଯାଇଛି। An ex-gratia of Rs 2 lakh […]

auraiya_accident

Subhransu Sekhar
  • Published: Saturday, 16 May 2020
  • , Updated: 17 May 2020, 12:51 AM IST

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ଔରୈୟାରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ୨୪ ପ୍ରବାସୀ ଶ୍ରମିକଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କା ଓ ଆହତଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ। ଏହି ସମସ୍ତ ଟଙ୍କା ପ୍ରଧାନମନ୍ତ୍ରୀଙ୍କ ରିଲିଫ୍ ଫଣ୍ଡରୁ ଦିଆଯିବ। ଏ ନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପିଏମଓ ପକ୍ଷରୁ ଟୁଇଟ୍ କରି କୁହାଯାଇଛି।

https://twitter.com/ANI/status/1261675152497991688

ଆଜି ସକାଳ ପ୍ରବାସୀ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ଟ୍ରକ ଔରୈୟାରେ ଆଉ ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ୨୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୫ ଜଣ ଗୁରୁତର ଆହତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଅଧିକାଂଶ ଶ୍ରମିକଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଆଗକୁ ମୃତ୍ୟୁସଂଖ୍ୟା ବଢ଼ିବାର ଆଶଙ୍କା ପ୍ରକାଶ ପାଇଛି। ସମସ୍ତ ଆହତଙ୍କୁ ଜିଲ୍ଲା ହସ୍ପିଟାଲ ଓ ସୈଫାଇ ପିଜିଆଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Related story