ଶ୍ରୀନଗର: ନବଗଠିତ କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ କଶ୍ମୀରରେ ଆଜି ସ୍କୁଲ, କଲେଜ ସମେତ ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲିଛି। ଦୀର୍ଘ ୨ ସପ୍ତାହ ପରେ ଆଜି ୧୯୦ଟି ସ୍କୁଲ ଓ କଲେଜ ଖୋଲିଥିବା ଶ୍ରୀନଗର ଡେପୁଟି କମିଶନର ଶାହିଦ ଚୌଧୁରୀ କହିଛନ୍ତି।
ସ୍କୁଲ ଯାଉଥିବା ଛାତ୍ରଛାତ୍ରଙ୍କ ସଂଖ୍ୟା କମ୍ ରହିଛି। ସ୍କୁଲ ଯିବା ବେଳେ ଛାତ୍ରଛାତ୍ରୀ କିଭଳି କୌଣସି ଅସୁବିଧାରେ ନପଡ଼ିବେ ଏଥିପାଇଁ ପ୍ରଶାସନ ସମସ୍ତ ପ୍ରକାର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି। ପ୍ରତି ଛକରେ ସୁରକ୍ଷା ଦାୟିତ୍ୱରେ ଯବାନ ନିୟୋଜିତ ରହିଥିବା ଜଣାପଡ଼ିଛି।
ଅଗଷ୍ଟ ୫ରେ ଜମ୍ମୁ କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବା ପରେ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରହିଥିଲା। ସ୍ଥିତି ସ୍ୱାଭାବିକ୍ ହେବା ଦେଖି ୧୪୪ ଧାରାରେ କୋହଳ କରାଯାଉଛି।
ଘାଟିରେ ଥିବା କଲେଜ ଗୁଡ଼ିକର ପରୀକ୍ଷା ବାବଦରେ ମଧ୍ୟ ଖୁବଶୀଘ୍ର ନିଷ୍ପତ୍ତି ନିଆଯିବ ବୋଲି ଜଣାପଡ଼ିଛି। ଏଥିସହ ସ୍କୁଲ୍ ଓ କଲେଜ ଯେତେଦିନ ବନ୍ଦ ରହିଥିଲା ସେହି ସମୟରେ ହେବାକୁ ଥିବା ପାଠ ପଢ଼ା କିଭଳି ପୂରଣ ହେବ ତା ଉପରେ ମଧ୍ୟ ନିଷ୍ପତ୍ତି ନିଆଯିବ। ଦରକାର ପଡ଼ିଲେ ଏକ୍ସଟ୍ରା କ୍ଲାସ୍ ହେବ ବୋଲି ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସମଲିଙ୍ଗୀ ବିବାହ: ବଡ଼ ନିଷ୍ପତ୍ତି ନେଲେ ସୁପ୍ରିମକୋର୍ଟ
ପୁନଃ ସମୀକ୍ଷା କରିବାକୁ ହୋଇଥିବା ଏକାଧିକ ଆବେଦନକୁ ମଧ୍ୟ ଆଜି ସର୍ବୋଚ୍ଚ ଅଦାଲତ ଅଗ୍ରାହ୍ୟ କରିଦେଇଛନ୍ତି। ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ୨୦୨୩ରେ ସର୍ବୋଚ୍ଚ ନ୍ୟାୟଳୟ ସଫା ସଫା ମନା କରିଦେଇଥିଲେ।
National
‘ଆମର ଅଧା କାହାଣୀ’ ଲେଖି ଝୁଲି ପଡ଼ିଲେ ଯୁବକ
୬ ମାସ ତଳେ କୋର୍ଟରେ ବାହା ହୋଇଥିଲେ। ତଥାପି ଝିଅ ଘର ଲୋକ ଶାନ୍ତିରେ ବଞ୍ଚିବାକୁ ଦେଲେନି। ସମୟକ୍ରମେ ଝିଅ ମଧ୍ୟ ବଦଳିଗଲା। ଶେଷରେ କୌଣସି ଉପାୟ ନ ପାଇ ଜଣେ ୨୫ ବର୍ଷୀୟ ଯୁବକ ଜୀବନ ହାରି ଦେଇଛନ୍ତି।
National
ଭୁଶୁଡ଼ିଲା ପ୍ଲାଣ୍ଟର ସିଲୋ: ୪ ଶ୍ରମିକ ମୃତ, ଚାପି ହୋଇ ରହିଛନ୍ତି ଅନେକ
ସିଲୋ ହେଉଛି ଲୁହାରେ ତିଆରି ହୋଇଥିବା ବିରାଟକାୟ ସିଲଣ୍ଡର ଆକୃତିର ଷ୍ଟ୍ରକଚର। ଇଟା ଭାଟିରେ ଲାଗୁଥିବା ଚିମିନି ଭଳି ଏହା ଦେଖିବାକୁ।
Crime
ଅଫିସ ପାର୍କିଂରେ ମହିଳା ସହକର୍ମୀଙ୍କୁ ବୀଭତ୍ସ ହତ୍ୟା: ସମସ୍ତେ ଦେଖିଲେ, କିନ୍ତୁ କିଛି କଲେନି
ଯୁବକ ଜଣଙ୍କ ପାର୍କିଂ ଲଟରେ ମହିଳାଙ୍କୁ ଆକ୍ରମଣ କରୁଥିବା ବେଳେ ସମସ୍ତେ ଏହାକୁ ଦେଖିଥିଲେ। କିନ୍ତୁ କେହି ବି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା ନ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।
National
ଆପ୍ର ୫୮ରୁ ୩୨ ଓ ବିଜେପିର ୭ରୁ ୪ ବିଧାୟକଙ୍କ ନାଁରେ ରହିଛି ଗୁରୁତର ମାମଲା
ଦଳ ଦୃଷ୍ଟିରୁ ଦେଖିଲେ ଆପର ୫୮ ଜଣ ବିଧାୟକଙ୍କ ପାଖରେ ହାରାହାରି ୧୩.୩୯ କୋଟି ଟଙ୍କାର ସମ୍ପତ୍ତି ରହିଥିବାବେଳେ ବିଜେପିର ୭ ଜଣ ବିଧାୟକଙ୍କ ପାଖରେ ହାରାହାରି ୭ କୋଟି ୪୫ ଲକ୍ଷ ଟଙ୍କାର ସମ୍ପତ୍ତି ରହିଛି।