ନୂଆଦିଲ୍ଲୀ: ଦେଶର ରାଜଧାନୀ ଦିଲ୍ଲୀ ସ୍ଥିତ ଏମସ୍ ଠାରେ ଚିକିତ୍ସିତ ହେଉଥିବା ପୂର୍ବତନ କେନ୍ଦ୍ର ଅର୍ଥ ମନ୍ତ୍ରୀ ଅରୁଣ ଜେଟଲୀଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହୋଇଥିବା ସୂଚନା ମିଳିଛି। ସେ ଗତ ୯ ତାରିଖରୁ ଦିଲ୍ଲୀ ଏମସରେ ଚିକିତ୍ସାଧୀନ ଅଛନ୍ତି।
ଜେଟଲୀଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବା ପାଇଁ ଏମ୍ସରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ପହଞ୍ଚିସାରିଛନ୍ତି। ଅନ୍ୟପକ୍ଷରେ କିଛି ସମୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏମ୍ସ ପହଞ୍ଚିବାର ସମ୍ଭାବନା ରହିଛି।
ଏହା ପୂର୍ବରୁ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସ୍ଏସ୍) ମୁଖ୍ୟ ମୋହନ ଭାଗବତ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଅରୁଣ ଜେଟଲୀଙ୍କ ସ୍ୱାସ୍ଥ୍ୟାବସ୍ଥା ବାବଦରେ ପଚାରି ବୁଝିବା ପାଇଁ ଦିଲ୍ଲୀ ଏମସ୍ ପହଞ୍ଚିଥିଲେ। ଅପରାହ୍ଣରେ ଆପ୍ ମୁଖ୍ୟ ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏବଂ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ମଧ୍ୟ ଏମସ୍ ଆସିଥିଲେ। ସେମାନେ ଜେଟଲୀଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ଡାକ୍ତରଙ୍କ ସହ ଆଲୋଚନା କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
୬ ଦିନିଆ ଆମେରିକା ଗସ୍ତରେ ଯିବେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର
ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ ଶାସନକୁ ଫେରିବା ପରେ ଏହା କୌଣସି ଭାରତୀୟ ମନ୍ତ୍ରୀଙ୍କ ପ୍ରଥମ ଆମେରିକା ଗସ୍ତ। ଦ୍ୱିପାକ୍ଷିକ ସମ୍ପର୍କ ସହିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଆଞ୍ଚଳିକ ଓ ବୈଶ୍ୱିକ ପ୍ରସଙ୍ଗ ଉପରେ ହେବ ଆଲୋଚନା।
National
ବଢ଼ିଲା ଅଲ୍ଲୁ ଅର୍ଜୁନଙ୍କ ଅଡ଼ୁଆ, ପୁଲିସ କଲା ସମନ
ଆସନ୍ତାକାଲି ଦିନ ୧୧ଟାରେ ଥାନାରେ ହାଜର ହେବାକୁ ତାଙ୍କୁ କୁହାଯାଇଛି।
National
ହାଇକୋର୍ଟଙ୍କ ସାଂଘାତିକ ରୁଲିଂ: ମୃତଦେହ ସହ ସେକ୍ସ କରିବା ଦୁଷ୍କର୍ମ ନୁହେଁ
ଜଣେ ନାବାଳିକାଙ୍କ ମୃତଦେହ ସହ ଦୁଷ୍କର୍ମ କରିବା ଅଭିଯୋଗରେ ନୀଲୁ ନାଗେଶ ନିକଟରେ ତଳ କୋର୍ଟରେ ଦୋଷମୁକ୍ତ ହୋଇଥିଲେ।
National
୫୦ ଲକ୍ଷ ଟଙ୍କା ଦେଲେ ପୁଷ୍ପା-୨ ନିର୍ମାତା; ଅଲ୍ଲୁ ଅର୍ଜୁନ ଦାୟୀ ନୁହନ୍ତି କହିଲେ ମୃତକଙ୍କ ସ୍ୱାମୀ
ଥାନାରେ କରିଥିବା ଅଭିଯୋଗ ମଧ୍ୟ ଉଠାଇନେବାକୁ ପ୍ରସ୍ତୁତ ଥିବା କହିଛନ୍ତି ମୃତ ମହିଳାଙ୍କ ସ୍ୱାମୀ। ପୁଅ ୨୦ ଦିନ ହେଲା କୋମାରେ, କିଛି ଜାଣିପାରୁନି।
National
ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଜଷ୍ଟିସ ଭି.ରାମସୁବ୍ରମଣ୍ୟମ
ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଭି. ରାମସୁବ୍ରମଣ୍ୟମଙ୍କୁ ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଜଷ୍ଟିସ ଅରୁଣ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଚଳିତବର୍ଷ ଜୁନ ୧ରେ ଶେଷ ହୋଇଥିଲା।