ନୂଆଦିଲ୍ଲୀ: ଏୟାର ଇଣ୍ଡିଆର ପ୍ୟାରିସରୁ ଦିଲ୍ଲୀ ଆସୁଥିବା ବିମାନ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ୪୦ରୁ ଅଧିକ ଭାରତୀୟ ସ୍କୁଲ ଛାତ୍ରଙ୍କୁ ପ୍ୟାରିସ ବିମାନ ବନ୍ଦରରେ ରାତି କଟାଇବକୁ ପଡିଛି।
ଏୟାର ଇଣ୍ଡିଆ ବିମାନ ଏଏଲ୍ ୧୪୨ ଜୁନ ୧୬ତାରିଖ ରାତି ୧୦ଟାରେ ପ୍ୟାରିସ ଛାଡିବାର ଥିଲା । ଯାନ୍ତ୍ରିକ ତ୍ରୁଟି ଯୋଗୁଁ ବିମାନଟି ଉଡିବାରେ ବିଳମ୍ୱ ହୋଇଥିଲା । କେଆର ମଙ୍ଗଳମ୍ ୱାର୍ଲ୍ଡ ସ୍କୁଲର ୪୦ରୁ ଅଧିକ ଛାତ୍ର ବିମାନରେ ଆସିବାର ଥିଲା। ଏମାନେ ସବୁ ୟୁରୋପ ଟୁରରେ ଯାଇଥିଲେ । ଏୟାର ଇଣ୍ଡିଆ କର୍ତ୍ତୃପକ୍ଷ ରାତିରେ ପିଲାମାନଙ୍କ ରହିବା, ଖାଇବାର ବ୍ୟବସ୍ଥା କରିବାର ଥିଲା । ମାତ୍ର ଏହା କରା ନ ଯିବାରୁ ପିଲାମାନଙ୍କୁ ଭୋକ ଉପାସରେ ରାତି ସାରା ବିମାନ ବନ୍ଦରରେ ରାତି କାଟିବାକୁ ପଡିଥିଲା । ଏହି ଘଟଣା ସମ୍ପର୍କରେ ଏୟାର ଇଣ୍ଡିଆର କୌଣସି ଅଧିକାରୀ କିମ୍ୱା ବିଭାଗୀୟ ମନ୍ତ୍ରୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।
National
ପୁଣି ସାମ୍ବାଦିକଙ୍କୁ ଟାର୍ଗେଟ୍, ପରିବାରକୁ କୁରାଢ଼ିରେ ହାଣି ଦେଲେ
ସାମ୍ବାଦିକଙ୍କ ବାପା-ମା' ଓ ଭାଇକୁ କୁରାଢ଼ିରେ ହାଣି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।
National
ଦିଲ୍ଲୀ ଦଖଲ କସରତ୍: ଆଜି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି
ଦିଲ୍ଲୀରେ ଆସନ୍ତା ଫେବ୍ରୁଆରୀ ୫ରେ ଭୋଟିଂ ହେବ। ୮ ତାରିଖରେ ଫଳାଫଳ ଆସିବ।
National
ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ବିଧାୟକ
ଗୁରୁପ୍ରୀତଙ୍କ ମୁଣ୍ଡରେ ଗୁଳି ବାଜିଛି। ତେବେ କାହିଁକି ଗୁଳି ଫୁଟାଇଲେ ତାହା ଅସ୍ପଷ୍ଟ ରହିଛି।
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।