ନୂଆଦିଲ୍ଲୀ: ୧୪ ଦିନିଆ ପାରୋଲରେ ବାହାରିଲେ ହରିଆଣାର ଭାବି ଉପ-ମୁଖ୍ୟମନ୍ତ୍ରୀ ଦୁଷ୍ୟନ୍ତ ଚୌଟାଲାଙ୍କ ବାପା ତଥା ହରିଆଣାର ପୂର୍ବତନ ମନ୍ତ୍ରୀ ଅଜୟ ଚୌଟାଲା। ଗୃହ ବିଭାଗର ଅନୁମତି କ୍ରମେ ଗତକାଲି ତିହାର ଜେଲ୍ ପ୍ରଶାସନ ତାଙ୍କୁ ପାରୋଲରେ ଛାଡ଼ିଛନ୍ତି।
ଆଜି ହରିଆଣାରେ ବିଜେପି-ଜେଜେପି ମେଣ୍ଟ ସରକାରର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଜେଜେପି ମୁଖ୍ୟ ଦୁଷ୍ୟନ୍ତ ଚୌଟାଲା ଉପ-ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ଅଜୟ ଚୌଟାଲା ପୁଅର ଶପଥ ଗ୍ରହଣ ଉତ୍ସବରେ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି।
ହରିଆଣାରେ ଶିକ୍ଷକ ନିଯୁକ୍ତି ଘୋଟାଲାରେ ଦୋଷୀ ସାବ୍ୟସ୍ତ ହୋଇ ଅଜୟ ଜେଲରେ ସଜା କାଟୁଛନ୍ତି। ଇଣ୍ଡିଆନ ନ୍ୟାସନାଲ ଲୋକଦଳ (ଆଇଏନଏଲଡି)ର ଅଧ୍ୟକ୍ଷ ଓମ୍ ପ୍ରକାଶ ଚୌଟାଲା ଏବଂ ତାଙ୍କ ପୁଅ ଅଜୟ ଚୌଟାଲାଙ୍କୁ ସିବିଆଇର ସ୍ୱତନ୍ତ୍ର କୋର୍ଟ ୧୦ ବର୍ଷ ଲେଖାଏ ଜେଲ୍ ସଜା ଶୁଣାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।