ନୂଆଦିଲ୍ଲୀ: ଆରମ୍ଭ ହୋଇଛି ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ। ତା'ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଆଜି ତାଙ୍କର ପ୍ରତିକ୍ରିୟା ରଖି କହିଛନ୍ତି, ବିରୋଧୀ ସହଯୋଗ କରିବା ନେଇ ସେ ଆଶାବାଦୀ ଅଛନ୍ତି। ଫଳରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଲ୍ ପାସ୍ ହୋଇପାରିବ ବୋଲି ସେ କହିଛନ୍ତି। ତେବେ ଏଥର ଅଧିବେଶନରେ ବ୍ୟାପମ୍ ଦୁର୍ନୀତି ଓ ଲଳିତ ମୋଦି ପ୍ରସଙ୍ଗକୁ ନେଇ ସରକାରଙ୍କୁ ଅଡୁଆରେ ପକାଇବେ ବିରୋଧୀ। ଏନଡିଏ ସରକାର ଏହି ଅଧିବେଶନରେ ୩୫ଟି ପ୍ରସଙ୍ଗ ଉପରେ ଆଲୋଚନା କରିବାକୁ ଚୂଡାନ୍ତ କରିଛନ୍ତି। ସେଥି ମଧ୍ୟରେ ରାଜ୍ୟସଭାରେ ବାକି ଥିବା ୯ ଓ ଲୋକସଭାରେ ବାକି ଥିବା ୪ଟି ବିଲ୍ ମଧ୍ୟ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କଲବଲ କରୁଛି ପ୍ରଦୂଷଣ: ଓ୍ୱାର୍କ ଫ୍ରମ୍ ହୋମ୍ ଲାଗୁ, ଆଫିସ୍ ଆସିବେ ୫୦% କର୍ମଚାରୀ
ବାୟରୁ ଗୁଣବତ୍ତା ୫୦୦ ପାର୍ କରିଛି। ଥଣ୍ଡା ଯେତିକି ବଢୁଛି ସେହି ହିସାବରେ ଦିଲ୍ଲୀର ବାୟୁ ବିଷାକ୍ତ ହୋଇ ଚାଲିଛି। ବିଷାକ୍ତ ବାୟୁ ଯୋଗୁ ଲେକଙ୍କ ସ୍ୱାସ୍ଥ୍ୟ ମଧ୍ୟ ଖରାପ ହେବାରେ ଲାଗିଛି।
National
ବିବାହ ଉତ୍ସବରେ ଟଙ୍କା ବର୍ଷା; ଜେସିବି ଓ ଛାତ ଉପରୁ ଉଡ଼ାଇଦେଲେ ୨୦ ଲକ୍ଷ
ବର ପକ୍ଷର ବନ୍ଧୁ ପରିଜନ ଛାତ ଉପରେ ତଥା ଏକ ଜେସିବି ଉପରେ ଚଢ଼ି ପ୍ରାୟ ୨୦ ଲକ୍ଷ ଟଙ୍କା ଉଡ଼ାଇଥିବା ଜଣାଯାଇଛି।
National
ମଦ ଭାବି ପିଇ ଦେଲେ ଟଏଲେଟ୍ କ୍ଲିନର୍, ଚାଲିଗଲା ଜୀବନ
କାଚ ବୋତଲରେ ରଖାଯାଇଥିବା ଟଏଲେଟ୍ କ୍ଲିନର୍କୁ ମଦ ଭାବି ଜଣେ ୬୭ ବର୍ଷୀୟ ବୃଦ୍ଧ ପିଇବା ପରେ ତାଙ୍କର ମୃତ୍ୟୁ ହୋଇଛି।
National
ଦୁଇ ଟ୍ରକ୍ ଓ ବସ୍ ମଧ୍ୟରେ ଦୁର୍ଘଟଣା; ଚାଲିଗଲା ୨ ଜୀବନ, ୨୦ ଗୁରୁତର
ଏକ ବସ୍ ଓ ଦୁଇଟି ଟ୍ରକ୍ ମଧ୍ୟରେ ଧକ୍କା ହେବାରୁ ଉଭୟ ଗାଡ଼ିର ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ପ୍ରାୟ ୨୦ ଜଣରୁ ଊର୍ଦ୍ଧ୍ୱ ଗୁରୁତର ହୋଇଥିବା ବେଳେ ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।
National
ଭୋଟ୍ ଦେଉଛି ମହାରାଷ୍ଟ୍ର, ମୈଦାନରେ ୪,୧୩୬ ପ୍ରାର୍ଥୀ
ସେହିପରି ଝାଡ଼ଖଣ୍ଡରେ ଆଜି ଦ୍ୱିତୀୟ ତଥା ଶେଷ ପର୍ଯ୍ୟାୟ ମତଦାନ। ୮୧ ଆସନ ମଧ୍ୟରୁ ବାକି ୩୮ ଆସନ ପାଇଁ ଭୋଟ ଗ୍ରହଣ ହେବ।