ନୂଆଦିଲ୍ଲୀ: ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଭାରତକୁ ଏକତା ସୂତ୍ରରେ ବାନ୍ଧି ରଖିଥିଲେ। ତାଙ୍କର ଏହି ମହାନ କାର୍ଯ୍ୟକୁ ମନେ ପକାଇବା ଯୁବପୀଢ଼ିଙ୍କ ଦାୟିତ୍ୱ। ସର୍ଦ୍ଦାର ପଟେଲଙ୍କ ୧୪୦ତମ ଜନ୍ମ ଜୟନ୍ତୀକୁ ଏକତା ଦିବସ ଭାବେ ସାରା ଦେଶ ପାଳନ କରୁଛି। ଆଜି ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ରାଜ୍ୟ-ରାଜ୍ୟ ମଧ୍ୟରେ ସାଂସ୍କୃତିକ ସମ୍ପର୍କକୁ ଯୋଡ଼ିବା ଲକ୍ଷ୍ୟରେ ନୂଆ ଯୋଜନା ‘ଏକ ଭାରତ, ଶ୍ରେଷ୍ଠ ଭାରତ’ ସମ୍ପର୍କରେ ଘୋଷଣା କରିଥିଲେ। ଏହି ଯୋଜନା ମାଧ୍ୟମରେ ଭାରତର ଶକ୍ତି ଓ ବିବିଧତାକୁ ଚିହ୍ନିବା ଓ ଦେଶକୁ ଶ୍ରେଷ୍ଠ ବନାଇବା ଆମର ଦାୟିତ୍ୱ ବୋଲି ମୋଦି କହିଥିଲେ। ଏହି ଅବସରରେ ରାଜପଥରେ ଏକ ବିରାଟ ଗଣଦୌଡ଼କୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ । ଏହା ପୂର୍ବରୁ ଆଜି ସର୍ଦ୍ଦାର ପଟେଲଙ୍କ ସମାଧି ସ୍ଥଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉପ-ରାଷ୍ଟ୍ରପତି ହମିଦ ଅନସାରୀ, କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ଉପାଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଏହି ଜନନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।