ଆଲଜେରିଜ୍ : ଆଲଜେରିଜ୍ ସେନା ଉତ୍ତରଭାଗ ବୋଇରିରେ ଆତଙ୍କବାଦୀ ବିରୋଧୀ ଅଭିଯାନରେ ସାମିଲ ହୋଇ ୨୨ ଜଣ ଆତଙ୍କବାଦୀଙ୍କୁ ଗୁଳି କରି ମାରିଛି । ୨୦ ବର୍ଷ ମଧ୍ୟରେ ଏହା ଆତଙ୍କବାଦୀ ବିରୋଧରେ ସବୁଠାରୁ ବଡ ଅଭିଯାନ ବୋଲି ସେନା କହିଛି । ଏକ ରିପୋର୍ଟ ଅନୁସାରେ, ସେନା ଇସଲାମିକ୍ ମାଘେରେବ୍ (ଏକ୍ୟୁଆଇଏମ୍) ଅଲକଏଦା ସହ ଜଡିତ ଥିବା ୩୦ ଆତଙ୍କବାଦୀଙ୍କୁ ଘେରାବନ୍ଦୀ କରିଥିଲା,ଯେଉଁଥିରେ ୨୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଆତଙ୍କବାଦୀମାନେ ଖସି ପଳାଇଥିଲେ। ସେମାନଙ୍କୁ ଧରିବା ପାଇଁ ଖାନତଲାସି ଚାଲିଛି।
ଏହି ଅଭିଯାନରେ ସେନା ବହୁ ଅସ୍ତ୍ରଶସ୍ତ୍ର ଓ ଗୋଳାବାରୁଦ ଜବତ କରିଛି । ସେନାର ଏକ ଅଧିକାରୀ ସୂଚନା ଦେଇଛନ୍ତି ଯେ,ଆତଙ୍କବାଦୀମାନେ ଆକ୍ରମଣ ପାଇଁ ଯୋଜନା କରୁଥଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।