ନୂଆଦିଲ୍ଲୀ(ଓଡ଼ିଶା ରିପୋର୍ଟର): ଜାମ୍ମୁ ଓ କାଶ୍ମୀରରେ ପ୍ରବଳ ବର୍ଷା ଯୋଗୁ ଅମରନାଥ ଯାତ୍ରାକୁ ସାମୟିକ ସ୍ଥଗିତ ରଖାଯାଇଛି। ଯିଏ ଯେଉଁ କ୍ୟାମ୍ପରେ ଅଛନ୍ତି, ସେଠାରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ବର୍ଷା କମିବା ପରେ ରାସ୍ତା କ୍ଲିୟର ହେଲେ ପୁଣି ଯାତ୍ରା ଆରମ୍ଭ ହେବ। ପ୍ରାୟ ୩ ହଜାର ତୀର୍ଥଯାତ୍ରୀ ଗତକାଲି ଜମ୍ମୁ ବେସ୍ କ୍ୟାମ୍ପରୁ ପ୍ରଥମ ପର୍ଯ୍ୟାୟରେ ତୀର୍ଥଯାତ୍ରା ଆରମ୍ଭ କରିଥିଲେ। ଶ୍ରଦ୍ଧାଳୁମାନେ ଅମରନାଥ ଯାତ୍ରାର ବେସ୍ କ୍ୟାମ୍ପ ଅନନ୍ତନାଗର ପହଲଗାମ୍ ଓ ଗଣ୍ଡେରଓ୍ୱଲର ବଲତାଲ୍ରେ ପହଞ୍ଚିବା ପରେ ଆଜିଠାରୁ ଅମରନାଥ ଗୁମ୍ଫା ଅଭିମୁଖେ ଯାତ୍ରା କରିବାର ଥିଲା।
ଚାଲି ଚାଲି ୩ ହଜାର ୮ ଶହ ୮୦ ମିଟର ଉଚ୍ଚରେ ଥିବା ଅମରନାଥ ଗୁମ୍ଫାକୁ ଯିବେ ଶ୍ରଦ୍ଧାଳୁ। ଗତବର୍ଷର ଆତଙ୍କବାଦୀ ଆକ୍ରମଣକୁ ଆଖିଆଗରେ ରଖି ଏବର୍ଷ ଅମରନାଥ ଯାତ୍ରା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଜାମ୍ମୁ କାଶ୍ମୀର ପୋଲିସ, ସିଆର୍ପିଏଫ୍, ଅନ୍ୟ ଅର୍ଦ୍ଧ ସାମରିକ ବାହିନୀ ଓ ସେନାର ପ୍ରାୟ ୧ ଲକ୍ଷ ସୁରକ୍ଷାକର୍ମୀ ମୁତୟନ ହୋଇଛନ୍ତି। ପ୍ରଥମ ଥର ମୁତୟନ ହୋଇଛନ୍ତି ବାଇକ୍ ସ୍ୱାଡ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।