ଅହମ୍ମଦବାଦ: ଗୁଜରାଟ ବିଧାନସଭା ନିର୍ବାଚନ ତାରିଖ ପାଖେଇ ଆସୁଛି। ନିର୍ବାଚନ ପ୍ରଚାର ପାଇଁ ଆଉ ଦୁଇ ଦିନ ସମୟ ବାକି ଅଛି। କଂଗ୍ରେସ ଓ ବିଜେପିର ହେଭିୱେଟ୍ ନେତାମାନେ ନିର୍ବାଚନ ପ୍ରଚାର ଲାଗିପଡ଼ିଛନ୍ତି। ଏପରି ସ୍ଥଳରେ ବିଜେପି ଅଧ୍ୟକ୍ଷ ଅମିତ ଶାହ ଆଜି ଗୁଜରାଟର ୩ଟି ସ୍ଥାନରେ କରିବାକୁ ଥିବା ନିର୍ବାଚନ ରାଲି ରଦ୍ଦ ହୋଇଯାଇଛି। ବାତ୍ୟା ‘ଓଖି’ ଅମିତଙ୍କ ବାଟ ଓଗାଳିଛି। ଅମିତ ଗୁଜରାଟର ରାଜୁଲା, ମହୁୱା ଓ ଶିହୋରରେ ରାଲି କରିବାର ଥିଲା। ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଓଖି’ ଗୁଜରାଟ ଆଡକୁ ଅଗ୍ରସର ହେଉଥିବାରୁ ଏସବୁ ନିର୍ବାଚନ ରାଲିକୁ ରଦ୍ଦ କରି ଦିଆଯାଇଛି। ‘ଓଖି’ ପ୍ରଭାବରେ ଗୁଜରାଟରେ ଜୋରରେ ପବନ ହେଉଛି। ପବନ ଯୋଗୁଁ ଅମିତଙ୍କ ହେଲିକପ୍ଟର ଅବତରରଣ କରିବା ସମ୍ଭବ ନଥିଲା।
ଗୁଜରାଟ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଡିସେମ୍ବର ୯ରେ ହେବ। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ୭ ତାରିଖରେ ଶେଷ ହେଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।