ମୁମ୍ୱାଇ: ହସ୍ପିଟାଲରୁ ଡିସଚାର୍ଜ ହେଲେ ମେଗାଷ୍ଟାର ଅମିତାଭ ବଚ୍ଚନ। କରୋନାରେ ଆକ୍ରାନ୍ତ ହେବା ପରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଏ ନେଇ ସୂଚନା ଦେଇଛନ୍ତି ଅମିତାଭ ବଚ୍ଚନଙ୍କ ପୁଅ ଅଭିଷେକ ବଚ୍ଚନ।
ଜୁଲାଇ ଏଗାରରେ ଅମିତାଭ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏହାପରେ ସେ ମୁମ୍ୱାଇର ନାନାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଅମିତାଭଙ୍କ ବ୍ୟତୀତ ପୁଅ ଅଭିଷେକ, ବୋହୂ ଐଶ୍ବର୍ଯ୍ୟା ରାୟ ବଚ୍ଚନ ଏବଂ ନାତୁଣୀ ଆରାଧ୍ୟା ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିଲେ। ତେବେ ଅମିତାଭଙ୍କ ପୂର୍ବରୁ ବୋହୂ ଏବଂ ନାତୁଣୀ ସୁସ୍ଥ ହୋଇ ଘରକୁ ଫେରିଥିଲେ। ହେଲେ ଅଭିଷେକଙ୍କ ରିପୋର୍ଟ ନେଇ କୌଣସି ଖବର ଆସିନାହିଁ। ଅମିତାଭ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ ସୋଶାଲ ମିଡିଆରେ ସକ୍ରିୟ ରହିଥିଲେ।
୭୭ ବର୍ଷୀୟ ଏହି ବରିଷ୍ଠ କଳାକାରଙ୍କ ଆଗାମୀ ଫିଲ୍ମ ବ୍ରହ୍ମସ୍ତ୍ର ଫିଲ୍ମ ରହିଛି। ଆୟାନ ମୁଖାର୍ଜୀ ନିର୍ଦ୍ଦେଶିତ ଏହି ଫିଲ୍ମରେ ରଣବୀର କପୁର ଏବଂ ଆଲିଆ ଭଟ୍ଟ ରହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।