ରାଜମୁଣ୍ଡରୀ: ଆନ୍ଧ୍ରପ୍ରଦେଶର ଗୋଦାବରୀ ନଦୀ ଧବଳେଶ୍ୱରମ୍ ବ୍ରିଜରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ମିନିବସ ଭାରସାମ୍ୟ ହରାଇ ଓଲଟି ପଡିବାରୁ ୨୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୯ଜଣ ମହିଳା ଓ ୭ଜଣ ଶିଶୁ ଅଛନ୍ତି। ତେବେ ଦୁର୍ଘଟଣାରୁ ବର୍ତ୍ତି ଯାଇଥିବା ଏକମାତ୍ର ଯାତ୍ରୀ କରନ (୧୩)ଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବା ଜଣାପଡିଛି।ମୃତକମାନଙ୍କ ଘର ବିଶାଖାପାଟନମ ଜିଲ୍ଲା ଅଚ୍ୟୁତପୁରମରେ। ସେମାନେ ତିରୁମାଲାର ଭେଙ୍କେଟଶ୍ୱରମ ଓ ବିଜୟୱାଡାର କନକଦୂର୍ଗାଙ୍କ ଦର୍ଶନ ସାରି ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ପୋଲିସର କହିବା ଅନୁସାରେ ଦ୍ରୁତଗତିରେ ଗାଡି ଚାଲୁଥିବାରୁ ଡ୍ରାଇଭର ଭାରସାମ୍ୟ ହରାଇ ରାସ୍ତା ଡିଭାଇଡରରେ ପିଟି ହୋଇ ବ୍ରିଜରୁ ନଦୀକୁ ଖସି ପଡିଥିଲା। ଦୁର୍ଘଟଣା ସ୍ଥଳରେ ୨୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଉଦ୍ଧାର ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଜଣେ ବାଳିକାଙ୍କ ମୃତ୍ୟୁ ହୋଇଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।
National
ପୁଣି ସାମ୍ବାଦିକଙ୍କୁ ଟାର୍ଗେଟ୍, ପରିବାରକୁ କୁରାଢ଼ିରେ ହାଣି ଦେଲେ
ସାମ୍ବାଦିକଙ୍କ ବାପା-ମା' ଓ ଭାଇକୁ କୁରାଢ଼ିରେ ହାଣି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।
National
ଦିଲ୍ଲୀ ଦଖଲ କସରତ୍: ଆଜି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି
ଦିଲ୍ଲୀରେ ଆସନ୍ତା ଫେବ୍ରୁଆରୀ ୫ରେ ଭୋଟିଂ ହେବ। ୮ ତାରିଖରେ ଫଳାଫଳ ଆସିବ।
National
ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ବିଧାୟକ
ଗୁରୁପ୍ରୀତଙ୍କ ମୁଣ୍ଡରେ ଗୁଳି ବାଜିଛି। ତେବେ କାହିଁକି ଗୁଳି ଫୁଟାଇଲେ ତାହା ଅସ୍ପଷ୍ଟ ରହିଛି।
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।