ମୁମ୍ୱାଇ: ବଲିଉଡ୍ ଅଭିନେତା ଅନୁପମ ଖେର୍ଙ୍କ ମାଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ତାଙ୍କ ଭାଇ, ଭାଉଜ ଓ ଝିଆରୀ ବି କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ନିଜ ଟ୍ୱିଟ୍ର ପେଜ୍ରେ ସୂଚନା ଦେଇଛନ୍ତି। ସମସ୍ତଙ୍କୁ କୋକିଲାବେନ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କଠାରେ ସାମାନ୍ୟ କରୋନା ଲକ୍ଷଣ ଦେଖାଦେଇଛି। ତେବେ ଅନୁପମଙ୍କ ରିପୋର୍ଟ ନେଗେଟିଭ୍ ଆସିଛି।
This is to inform all that my mother Dulari is found Covid + (Mildly). We have admitted her into Kokilaben Hospital. My brother, bhabhi & niece inspite of being careful have also tested mildly positive.I got myself tested as well & I have tested negative. @mybmc is informed.!🙏 pic.twitter.com/EpjDIALft2
— Anupam Kher (@AnupamPKher) July 12, 2020
ସୂଚନାଯୋଗ୍ୟ, ଅମିତାଭ ବଚ୍ଚନ ଓ ଅଭିଷେକ ବଚ୍ଚନ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନେ ନାନାବତୀ ହସ୍ପିଟାଲ୍ ଭର୍ତ୍ତି ହୋଇଛନ୍ତି।