Advertisment

ଏନଡିଏରେ ପୁଣି ସାମିଲ ହେଲା ଅପନା ଦଳ

ଲକ୍ଷ୍ନୌ: ଚଳିତ ସାଧାରଣ ନିର୍ବାଚନରେ ଉତ୍ତର ପ୍ରଦେଶର ଅନ୍ଯତମ ଦଳ ‘ଅପନା ଦଳ’ ଏନଡିଏ ମେଣ୍ଟରେ ସାମିଲ ହୋଇଛି। ଆଜି ଦିଲ୍ଲୀରେ ବିଜେପି ରାଷ୍ଟ୍ରୀୟ ଅଧ୍ଯକ୍ଷ ଅମିତ ଶାହ ଏବଂ ଅପନା ଦଳ ସୁପ୍ରିମୋ ଅନୁପ୍ରିୟା ପଟେଲଙ୍କ ସହ ଆଲୋଚନା ପରେ ଏହି ସୂଚନା ମିଳିଛି। ଏହି ଆଞ୍ଚଳିକ ଦଳ ଉତ୍ତର ପ୍ରଦେଶର ୨ଟି ଲୋକସଭା ଆସନରୁ ନିର୍ବାଚନ ଲଢ଼ିବ ବୋଲି ସ୍ଥିର ହୋଇଛି। ଗୋଟିଏ ସିଟରୁ ଅନୁପ୍ରିୟା ଲଢ଼ିବେ, ତେବେ ଅନ୍ଯ ଆସନଟିରୁ କିଏ ଛିଡ଼ା […]

author-image
Subhransu Sekhar
ଅଦ୍ୟତନ ହୋଇଛି
ଏନଡିଏରେ ପୁଣି ସାମିଲ ହେଲା ଅପନା ଦଳ

apna dal-min

ଲକ୍ଷ୍ନୌ: ଚଳିତ ସାଧାରଣ ନିର୍ବାଚନରେ ଉତ୍ତର ପ୍ରଦେଶର ଅନ୍ଯତମ ଦଳ 'ଅପନା ଦଳ' ଏନଡିଏ ମେଣ୍ଟରେ ସାମିଲ ହୋଇଛି। ଆଜି ଦିଲ୍ଲୀରେ ବିଜେପି ରାଷ୍ଟ୍ରୀୟ ଅଧ୍ଯକ୍ଷ ଅମିତ ଶାହ ଏବଂ ଅପନା ଦଳ ସୁପ୍ରିମୋ ଅନୁପ୍ରିୟା ପଟେଲଙ୍କ ସହ ଆଲୋଚନା ପରେ ଏହି ସୂଚନା ମିଳିଛି। ଏହି ଆଞ୍ଚଳିକ ଦଳ ଉତ୍ତର ପ୍ରଦେଶର ୨ଟି ଲୋକସଭା ଆସନରୁ ନିର୍ବାଚନ ଲଢ଼ିବ ବୋଲି ସ୍ଥିର ହୋଇଛି। ଗୋଟିଏ ସିଟରୁ ଅନୁପ୍ରିୟା ଲଢ଼ିବେ, ତେବେ ଅନ୍ଯ ଆସନଟିରୁ କିଏ ଛିଡ଼ା ହେବେ, ତାହା ସ୍ଥିର ହୋଇନାହିଁ।

Advertisment

ଚଳିତ ନିର୍ବାଚନରେ ଅପନା ଦଳ ବିଜେପି ସହ ମେଣ୍ଟରେ ସାମିଲ ହେବ କି ନାହିଁ, ସେ ସମ୍ପର୍କରେ ଦୀର୍ଘ ଦିନରୁ ଚର୍ଚ୍ଚା ଲାଗି ରହିଥିଲା। ଶେଷରେ ଅପନା ଦଳ ସହ ମତଭେଦ ଦୁର କରିବାକୁ ବିଜେପି ସକ୍ଷମ ହୋଇଛି । ସୂଚନାଯୋଗ୍ଯ, ୨୦୧୪ରେ ବିଜେପି ଓ ଅପନା ଦଳ ମଧ୍ୟରେ ମେଣ୍ଟ ହୋଇଥିଲା। ଏହାପରେ ଅପନା ଦଳ ସୁପ୍ରିମୋ ଅନୁପ୍ରିୟା ପଟେଲ ମୋଦି ସରକାରରେ କେନ୍ଦ୍ରମନ୍ତ୍ରୀ ହୋଇଥିଲେ।

Advertisment