ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଦିପାବଳୀ ପାଳନକୁ ନେଇ ଏବେ କଟାକ୍ଷ କରିଛନ୍ତି ପୂର୍ବତନ ଆମ୍ ଆଦମୀ ପାର୍ଟି ନେତା ଆଶୁତୋଷ। ଚଳିତଥର କେଜ୍ରିଓ୍ୱାଲ୍ ଦିଲ୍ଲୀର ଅକ୍ଷରଧାମ ମନ୍ଦିରରେ ଦିପାବଳୀ ପୂଜାର ଆୟୋଜନ କରିଥିଲେ। ଏହି ସମୟରେ କେଜ୍ରିୱାଲଙ୍କ ସହ ତାଙ୍କ ପତ୍ନୀ ଏବଂ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଏବଂ ତାଙ୍କ ପରିବାର ମଧ୍ୟ ପୂଜାରେ ଯୋଗ ଦେଇଥିଲେ।
ଆମ୍ ଆଦମୀ ପାର୍ଟିର ପୂର୍ବତନ ସଦସ୍ୟ ତଥା ଚାନ୍ଦନୀ ଚୌକର ଲୋକସଭା ପ୍ରାର୍ଥୀ ଅଶୁତୋଷ ଟ୍ୱିଟ୍ କରି ଅରବିନ୍ଦ କେଜ୍ରିୱାଲଙ୍କୁ ହିନ୍ଦୁ ନେତା କହିଛନ୍ତି। ଏଥିସହ ଅଭିନନ୍ଦନ ଜଣାଇଛନ୍ତି।
https://twitter.com/ashutosh83B/status/1327832329893474304
ସବୁଠୁ ବଡ଼ କଥା ହେଲା ଦିଲ୍ଲୀ ସରକାରଙ୍କ ଦ୍ୱାରା ଆୟୋଜିତ ଏହି ପୂଜା ଟିଭି ଚ୍ୟାନେଲରେ ସିଧା ପ୍ରସାରଣ ହୋଇଥିଲା। ଏହି ପୂଜା ପୂର୍ବରୁ କେଜ୍ରିୱାଲ ଟିଭିରେ ଲାଇଭରେ ଯୋଗ ଦେଇ ଦିଲ୍ଲୀର ବିକାଶ ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ସମ୍ବିଧାନରୁ ହଟିବନି 'ସମାଜବାଦୀ' ଓ 'ଧର୍ମନିରପେକ୍ଷ' ଶବ୍ଦ
ସମ୍ବିଧାନରୁ 'ସମାଜବାଦୀ' ଓ 'ଧର୍ମନିରପେକ୍ଷ' ଶବ୍ଦ ହଟାଇବା ପାଇଁ ହୋଇଥିବା ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ। ୧୯୭୬ ମସିହାରେ ସମ୍ବିଧାନ ସଂଶୋଧନ ଜରିଆରେ ଏହି ଶବ୍ଦ ଯୋଡ଼ାଯାଇଥିଲା।
Business
ଆଦାନୀ ଗ୍ରୁପ୍ ଦାନକୁ ବି ନା; ୧୦୦ କୋଟି ଟଙ୍କା ଫେରାଇବେ ତେଲାଙ୍ଗାନା ସରକାର
ୟଙ୍ଗ ଇଣ୍ଡିଆ ସ୍କିଲ୍ସ ୟୁନିଭରସିଟି ପାଇଁ ଆଦାନୀ ଗ୍ରୁପ୍ ତେଲାଙ୍ଗାନାକୁ ୧୦୦କୋଟି ଟଙ୍କା ଦାନ କରିଥିଲେ।
National
ଦିଲ୍ଲୀ ପ୍ରଦୂଷଣ; ଚେକ୍ ପୋଷ୍ଟରେ ଜଗୁନି ପୁଲିସ, ତାତିଲେ ସୁପ୍ରିମକୋର୍ଟ
ଦିଲ୍ଲୀରେ ବାୟୁ ପ୍ରଦୂଷଣକୁ ରୋକିବା ଲାଗି ନିର୍ମାଣ କାର୍ଯ୍ୟ ଠାରୁ ଆରମ୍ଭ କରି ସହରରେ ଗାଡ଼ି ଚଳାଚଳ ଉପରେ ମଧ୍ୟ କଟକଣା ଲାଗିଛି। ହେଲେ ଏସବୁକୁ ତଦାରଖ କରିବା ପାଇଁ ସହରର ଚେକ୍ ପୋଷ୍ଟରେ ନାହାନ୍ତି ପୁଲିସ ଅଧିକାରୀ।
Politics
ସଞ୍ଜୟ ରାଉତଙ୍କ ବିସ୍ଫୋରକ ବୟାନ, ପରାଜୟ ପାଇଁ ପୂର୍ବତନ CJI ଦାୟୀ
ମହାରାଷ୍ଟ୍ରରେ ପରାଜୟ ପାଇଁ ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ଙ୍କୁ ଦାୟୀ କରିଛନ୍ତି ସଞ୍ଜୟ ରାଉତ।
Guest Column
ନିର୍ବାଚନରେ ଅପ୍ରାସଙ୍ଗିକ ହେଉଛି ଗଣମାଧ୍ୟମ
ଭାରତର ଲୋକମାନେ ଗଣମାଧ୍ୟମ ଦ୍ୱାରା ଯେ ସମ୍ପୂର୍ଣ୍ଣ ଭାବରେ ପ୍ରଭାବିତ ହୁଅନ୍ତି ନାହିଁ, ତାହା ଜରୁରୀ ପରିସ୍ଥିତି ପରେ ପରେ ହୋଇଥିବା ନିର୍ବାଚନରେ ପ୍ରମାଣିତ ହୋଇଥିଲା। ଜରୁରୀ ପରିସ୍ଥିତି ସମୟରେ ଭାରତର ସବୁ ଗଣମାଧ୍ୟମ ସରକାରଙ୍କର ଓ ଇନ୍ଦିରା ଗାନ୍ଧୀଙ୍କର ପ୍ରଶଂସାରେ ଭରି ରହିଥିଲେ ମଧ୍ୟ ନିର୍ବାଚନ ଘୋଷଣା କ୍ଷଣି ଜନସାଧାରଣ ଆପେ ଆପେ ସେମାନଙ୍କର ମତ ସ୍ଥିର କରିନେଲେ।