ଆଜି ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସର୍ବାନନ୍ଦ ସୋନୋୱାଲ

ଗୌହାଟୀ: ଆସାମ ବିଜେପି ବିଧାୟକ ଦଳ ନେତା ସର୍ବାନନ୍ଦ ସୋନୋୱାଲ ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହ ମନ୍ତ୍ରୀ ରାଜନାଥ ସିଂହ, ଅର୍ଥ ମନ୍ତ୍ରୀ ଅରୁଣ ଜେଟଲୀ, ବିଜେପି ରାଷ୍ଟ୍ରୀୟ ସଭାପତି ଅମିତ ଶାହଙ୍କ ସହିତ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ, ପଞ୍ଜାବ ଉପ-ମୁଖ୍ୟମନ୍ତ୍ରୀ ସୁଖବୀର ସିଂ ବାଦଲଙ୍କ ସହିତ ନାଗାଲାଣ୍ଡ ଓ ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ଯୋଗ ଦେଇଥିଲେ। ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ […]

sonowal

sonowal

Rakesh Mallick
  • Published: Tuesday, 24 May 2016
  • Updated: 24 May 2016, 11:23 AM IST

ଗୌହାଟୀ: ଆସାମ ବିଜେପି ବିଧାୟକ ଦଳ ନେତା ସର୍ବାନନ୍ଦ ସୋନୋୱାଲ ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି।

ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହ ମନ୍ତ୍ରୀ ରାଜନାଥ ସିଂହ, ଅର୍ଥ ମନ୍ତ୍ରୀ ଅରୁଣ ଜେଟଲୀ, ବିଜେପି ରାଷ୍ଟ୍ରୀୟ ସଭାପତି ଅମିତ ଶାହଙ୍କ ସହିତ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ, ପଞ୍ଜାବ ଉପ-ମୁଖ୍ୟମନ୍ତ୍ରୀ ସୁଖବୀର ସିଂ ବାଦଲଙ୍କ ସହିତ ନାଗାଲାଣ୍ଡ ଓ ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ଯୋଗ ଦେଇଥିଲେ। ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇ ମଧ୍ୟ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଥିଲେ।

ଆସାମରେ ବିଜେପି ପ୍ରଥମ ଥର ପାଇଁ ସରକାର ଗଠନ କରିବାକୁ ଯାଉଛି। ୧୨୬ ଆସନ ବିଶିଷ୍ଟ ଆସାମ ବିଧାନସଭାରେ ଏଥର ବିଜେପି ନେତୃତ୍ୱାଧୀନ ଏନ୍‌ଡିଏ ୮୬ଟି ଆସନରେ ବିଜୟୀ ହୋଇଛି। ବିଜେପି ୬୦ଟି ଆସନରେ ଜିତିଥିବା ବେଳେ ଏହାର ମେଣ୍ଟ ଆସାମ ଗଣ ପରିଷଦ (ଏଜିପି) ୧୪ଟି ଓ ବୋଡୋଲ୍ୟାଣ୍ଡ ପିପୁଲ୍ସ ଫ୍ରଣ୍ଟ (ବିପିଏଫ୍) ୧୨ଟି ଆସନରେ ବିଜୟୀ ହୋଇଛି। କଂଗ୍ରେସ ନେତୃତ୍ୱାଧୀନ ୟୁପିଏ ମାତ୍ର ୨୬ଟି ଆସନ ହାତେଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos