ଟ୍ୟୁନିସ୍(ଟ୍ୟୁନିସିଆ):ଟ୍ୟୁନିସିଆର ବେନ୍ ଗୁରଡାନ୍ ସହର ନିକଟରେ ସ୍ଥାନୀୟ ସୁରକ୍ଷାକର୍ମୀଙ୍କୁ ତାଲିମ୍ ଦେଉଥିବା ବ୍ରିଟିସ୍ ଟ୍ରୁପ୍ ଉପରେ ସୋମବାର ଆତଙ୍କବାଦୀ ଆକ୍ରମଣ କରିବାରୁ ୩୦ରୁ ଅଧିକ ଯବାନଙ୍କର ମୃତ୍ୟୁ ଘଟିଛି। ଆତଙ୍କବାଦୀମାନେ ଲିବ୍ୟା ସୀମାପଟୁ ଆସି ଅତର୍କିତ ଭାବେ ଆଖିବୁଜା ଗୁଳି ଚଲାଇଥିଲା। କିଛି ବୁଝିବା ପୂର୍ବରୁ ବହୁ ଯବାନ ପ୍ରାଣ ହରାଇ ସାରିଥିଲେ। ଏହା ପରେ ଆତଙ୍କବାଦୀମାନେ ରାସ୍ତା ଉପରକୁ ଯାଇ ସାଧାରଣ ଲୋକଙ୍କ ଉପରକୁ ଗୁଳି ଚଳାଇଥିଲେ। ଫଳରେ ଅନେକ ଲୋକ ଗୁରୁତର ଭାବେ ଆହତ ହୋଇଛନ୍ତି।
ସୁରକ୍ଷାକର୍ମୀ ଓ ପୋଲିସ ପକ୍ଷରୁ ସେମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆତଙ୍କବାଦୀଙ୍କୁ ଶକ୍ତ ଜବାବ ଦିଆଯିବା ପାଇଁ କମ୍ବିଂ ଅପରେସନ ଜାରି ରହିଛି। ସେମାନଙ୍କ ମଧ୍ୟରୁ ୧୦ରୁ ଅଧିକଙ୍କର ଅବସ୍ଥା ସଙ୍କଟାପର୍ଣ୍ଣ ରହିଛି। ଏହି ଦୃଷ୍ଟିରୁ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବା ଆଶା କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମୁମ୍ବାଇ ୨୬/୧୧ ହମଲାକୁ ପୂରିଲା ୧୬ ବର୍ଷ: ଆତଙ୍କୀଙ୍କୁ କଡ଼ା ବାର୍ତ୍ତା ଦେଲେ ମୋଦି
ମୁମ୍ବାଇ ୨୬/୧୧ ହମଲାର ୧୬ ବର୍ଷ ପୂର୍ତ୍ତିରେ ଆତଙ୍କବାଦୀ ଓ ସେମାନଙ୍କ ଆକ୍କାମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।
National
ରାହୁଲ ଗାନ୍ଧିଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗ: କେନ୍ଦ୍ରକୁ ଜବାବ ମାଗିଲେ କୋର୍ଟ
ଆଜିର ଏହାର ଶୁଶାଣି ବେଳେ କେନ୍ଦ୍ର ସରକାର ଘଟଣାର ଯାଞ୍ଚ କରୁଥିବା କୋର୍ଟଙ୍କୁ ଅବଗତ କରାଇଛନ୍ତି। ଏହା ଶୁଣିବା ପରେ କୋର୍ଟ କେନ୍ଦ୍ର ସରକାରଙ୍କୁ ବିସ୍ତୃତ ତଥ୍ୟ ଦେବାକୁ ୩ ସପ୍ତାହର ସମୟ ଦେଇଛନ୍ତି।
National
ରାସ୍ତାରେ ବହିଲା ରକ୍ତର ସ୍ରୋତ! ଲୋକେ ଭୟଭୀତ
ରାସ୍ତାରେ ଯେମିତି ରକ୍ତର ସ୍ରୋତ ଚାଲିଛି ବୋଲି ଆଶଙ୍କା କରି ଲୋକମାନେ ପୂରା ଆତଙ୍କିତ ହୋଇପଡ଼ିଥିଲେ।