ନୂଆଦିଲ୍ଲୀ: ଆତଙ୍କବାଦ ଓ ମାଓବାଦ ନିକଟରେ ଦେଶ ମୁଣ୍ଡ ନୁଆଁଇବ ନାହିଁ। ଏହା ବିରୋଧରେ ଆମକୁ ଲଢ଼େଇ କରିବାକୁ ପଡ଼ିବ ବୋଲି ଆଜି ୭୦ତମ ସ୍ୱାଧୀନତା ଦିବସ ଅବସରରେ ଦିଲ୍ଲୀର ଐତିହାସିକ ଲାଲକିଲ୍ଲାରେ ପତାକା ଉତ୍ତୋଳନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ।
ମୋଦି ତାଙ୍କ ଅଭିଭାଷଣରେ ଦେଶବାସୀଙ୍କୁ ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇବା ସହ ଦେଶ ପାଇଁ ପ୍ରାଣବଳୀ ଦେଇଥିବା ମହାପୁରୁଷମାନଙ୍କୁ ମନେ ପକାଇଥିଲେ।
ଏହି ଅବସରରେ ଭାରତକୁ ଶ୍ରେଷ୍ଠ ଦେଶରେ ପରିଣତ କରିବାକୁ ସେ ଦେଶବାସୀଙ୍କୁ ଆହ୍ୱାନ ଦେଇଥିଲେ। ସେ ସୁଶାସନ, ଉତ୍ତର ଦାୟିତ୍ୱ ଓ ପାରଦର୍ଶିତା ଉପରେ ଗୁରତ୍ୱ ଦେବା ସହ ଦେଶବାସୀଙ୍କ ସାମର୍ଥ୍ୟକୁ ଲଗାଇ ସମସ୍ୟା ସମାଧାନ ପାଇଁ ଆହ୍ୱାନ ଦେଇଥିଲେ। ଆଗାମୀ ଦିନରେ ଦିନକୁ ଶହେ କିଲୋମିଟର ଗ୍ରାମୀଣ ରାସ୍ତା ତିଆରି କରାଯିବାକୁ ଲକ୍ଷ୍ୟ ରଖାଯାଇଥିବା ସେ କହିଥିଲେ।
ସେ ଆହୁରି କହିଥିଲେ, “୨ ବର୍ଷରେ ୩୫ ହଜାର କିଲୋମିଟର ରେଳ ପଥ ନିର୍ମାଣ କରାଯିବା ସହ ୬୦ ସପ୍ତାହ ମଧ୍ୟରେ ୪ କୋଟି ରନ୍ଧନ ଗ୍ୟାସ ସଂଯୋଗ କରାଯିବା।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।
Accident
ଓଲଟି ପଡ଼ିଲା ବସ୍; ୧୦ ଯାତ୍ରୀ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ
ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା।