ଲଣ୍ଡନ: ପୁଣି ଥରେ ଆତଙ୍କବାଦୀ ଆକ୍ରମଣରେ ଥରି ଉଠିଛି ଲଣ୍ଡନ ସହର। ଗତକାଲି ରାତିରେ ଲଣ୍ଡନର ପ୍ରସଦ୍ଧ ପର୍ଯ୍ୟଟନ ସ୍ଥଳୀ ଲଣ୍ଡନ ବ୍ରିଜ୍ରେ ଏକ ଭ୍ୟାନ୍ ଦ୍ରୁତଗତିରେ ଆସି ଚାଲି ଚାଲି ଯାଉଥିବା ଲୋକଙ୍କ ଉପରକୁ ଚଢ଼ି ଯାଇଥିଲା। ଏହି ଘଟଣାରେ ୬ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୨୦ରୁ ଅଧିକ ଲୋକ ଆହତ ହୋଇଥିବା ଜଣାପଡିଛି।
ଏହି ଘଟଣା ପରେ ଲଣ୍ଡନ ବ୍ରିଜ୍କୁ ବନ୍ଦ କରି ଦିଆଯାଇଛି। ଏହା ଆତଙ୍କବାଦୀ ଆକ୍ରମଣ ହୋଇଥାଏ ପାରେ ବୋଲି ଲଣ୍ଡନ ପୋଲିସ୍ କହିଛି। ପୋଲିସ୍ ତିନି ଆକ୍ରମଣକାରୀଙ୍କୁ ଗୁଳି କରି ମାରି ଦେଇଛି।
ଏକ ଗଣମାଧ୍ୟମର ଖବର ଅନୁସାରେ, ଲଣ୍ଡନ ବ୍ରିଜ୍ ଉପରେ ଏକ ଭ୍ୟାନ୍ ଚାଲି ଚାଲି ଯାଉଥିବା ଲୋକଙ୍କୁ ଧକ୍କା ଦେବା ପରେ ନିକଟସ୍ଥ ବାଁରୋ ମାର୍କେଟରେ ୩ ଜଣ ବ୍ୟକ୍ତି ୧୨ ଇଞ୍ଚର ଛୁରୀ ଧରି ଗାଡିରୁ ବାହାରି ଥିଲେ ଓ ଆକ୍ରମଣ କରିଥିଲେ। କିଛି ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁସାରେ ଏହି ଦୁର୍ବୃତ୍ତମାନେ ଗୁଳି ମଧ୍ୟ ଚଳାଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।