ନୂଆଦିଲ୍ଲୀ: ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟର ଜଣେ କର୍ମଚାରୀ କରୋନା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି। ଏହି ଘଟଣା ପରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ସେଲଫ ଆଇସୋଲେସନରେ ରହିବାକୁ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଏଥିସହ ସମ୍ପୂର୍ଣ୍ଣ ମନ୍ତ୍ରଣାଳୟର ଅଫିସକୁ ସାନିଟାଇଜ କରାଯାଇଛି।
ମନ୍ତ୍ରଣାଳୟର କର୍ମଚାରୀ ଜଣଙ୍କ ୧୫ ତାରିଖରେ ଅଫିସ ଆସିଥିଲେ। ତାଙ୍କର ଫ୍ଲୁ ଲକ୍ଷଣ ଦେଖାଯିବାରୁ ତାଙ୍କର କରୋନା ପରୀକ୍ଷା କରାଯାଇଥିଲା। ୨୧ ତାରିଖରେ ସେ କରୋନାରେ ଆକ୍ରାନ୍ତ ହୋଇଥିବା ପରୀକ୍ଷାରୁ ଜଣାପଡ଼ିଛି। କର୍ମଚାରୀ ଜଣଙ୍କ କରୋନାରେ ଆକ୍ରାନ୍ତ ହୋଇଥିବାରୁ ମନ୍ତ୍ରାଳୟର ବି’ ୱିଙ୍ଗକୁ ସଂପୂର୍ଣ୍ଣ ଭାବେ ସିଲ୍ କରିଦିଆଯାଇଛି।
ମନ୍ତ୍ରାଳୟର କର୍ମଚାରୀଙ୍କ ସହ ଆମେ ସମସ୍ତେ ଛିଡ଼ା ହୋଇଛୁ ବୋଲି ଟ୍ୱିଟ୍ କରି ସୂଚନା ଦେଇଛନ୍ତି ବେସମାରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂହ ପୁରୀ । ପଜିଟିଭ୍ ଚିହ୍ନଟ ହୋଇଥିବା ସମସ୍ତ କର୍ମଚାରୀଙ୍କ ଶୀଘ୍ର ଆରୋଗ୍ୟ ଲାଭ କରନ୍ତୁ ବୋଲି ସେ ପ୍ରାର୍ଥନା କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।