ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ବି.କେ ସିଂହଙ୍କ ପତ୍ନୀଙ୍କୁ ହତ୍ୟା ଧମକ ଓ ବ୍ଲାକମେଲିଂ କରିବା ଅଭିଯୋଗରେ ଆଜି ତୁଗଲକାବାଦ ରୋଡ୍ ଥାନାରେ ଏକ ମାମଲା ରୁଜୁ ହୋଇଛି। ପୋଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି।
ଅଭିଯୋଗ ଅନୁଯାୟୀ, ଜଣେ ବ୍ୟକ୍ତି ବିକେ ସିଂହଙ୍କ ପତ୍ନୀଙ୍କୁ ଦୁଇ କୋଟି ଟଙ୍କା ମାଗିଥିଲା। ଟଙ୍କା ନ ଦେଲେ ତାଙ୍କୁ ହତ୍ୟା କରିବାକୁ ଧମକ ଦେଇଥିଲା। ଦୁର୍ବୃତ୍ତ ଜଣଙ୍କ ମନ୍ତ୍ରୀଙ୍କ ପତ୍ନୀଙ୍କ ବ୍ୟକ୍ତିଗତ ବାର୍ତ୍ତାଳପକୁ ରେକର୍ଡ କରିବା ସହିତ ଏହାକୁ ସାର୍ବଜନୀନ କରିବାକୁ ମଧ୍ୟ ଧମକ ଦେଇଥିଲା।
ଏହା ଏକ ହାଇ ପ୍ରୋଫାଇଲ୍ ମାମଲା ହୋଇଥିବାରୁ ପୋଲିସ୍ ଏ ସମ୍ପର୍କରେ କୌଣସି ସୂଚନା ଦେଉ ନାହିଁ।
କେନ୍ଦ୍ର ମନ୍ତ୍ରୀଙ୍କ ପତ୍ନୀ ତାଙ୍କ ଅଭିଯୋଗରେ ଦର୍ଶାଇଛନ୍ତି ଯେ ତାଙ୍କ ପୁତୁରାଙ୍କର ଜଣେ ପରିଚିତ ବ୍ୟକ୍ତି ତାଙ୍କ ବ୍ଲାକମେଲିଂ କରିବା ଉଦ୍ଦେଶ୍ୟରେ ତାଙ୍କର ବ୍ୟକ୍ତିଗତ ବାର୍ତ୍ତାଳାପଗୁଡ଼ିକୁ ରେକର୍ଡ କରି ନେଇଛି। ତା ନାଁ ପ୍ରଦୀପ। ସେ ଗୁଡ଼ଗାଁଓରେ ରହେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।
Accident
ଓଲଟି ପଡ଼ିଲା ବସ୍; ୧୦ ଯାତ୍ରୀ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ
ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା।