ନୂଆଦିଲ୍ଲୀ: ନୂଆଦିଲ୍ଲୀ ରେଳ ଷ୍ଟେସନରେ ମଙ୍ଗଳବାର ଦୁଇଟି ଟ୍ରେନରେ ନିଅାଁ ଲାଗିଯାଇଛି। ଟ୍ରେନ୍ ଦୁଇଟି ହେଉଛି ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ଓ ସାଲଦା ରାଜଧାନୀ ଏକ୍ସପ୍ରେସ। ଦୁଇଟି ଟ୍ରେନର ୬ଟି ବଗିରେ ନିଅାଁ ଲାଗି ଯାଇଥିବା ବେଳେ ୧୬ଟି ଦମକଳ ନିଅାଁ ଲିଭାଇବା କାର୍ଯ୍ୟରେ ନିୟୋଜିତ ଅଛନ୍ତି। ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସର ଦୁଇଟି ଏସି ବଗିରେ ନିଅାଁ ଲାଗିଥିବା ବେଳେ ସାଲଦା ରାଜଧାନୀ ଏକ୍ସପ୍ରେସର ତିନୋଟି ଏସି ବଗି ସହିତ ଏକ ପେଣ୍ଟ୍ରି କାରରେ ନିଅାଁ ଲାଗିଯାଇଛି। ଟ୍ରେନ ଦୁଇଟିକୁ ଧୋଇବା ପାଇଁ ପାର୍କି କରାଯାଇଥିବା ବେଳେ ନିଅାଁ ଲାଗିଯାଇଥିଲା। ସେତେବେଳେ ଟ୍ରେନ ୨ଟିରେ କୌଣସି ଯାତ୍ରୀ ନ ଥିଲେ। ତେବେ ନିଅାଁ ଲିଭା ଜାରି ରହିଥିବା ବେଳେ ନିଅାଁ ଲାଗିବାର କାରଣ ସଂପର୍କରେ ଜଣାପଡ଼ିନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଦିଲ୍ଲୀ ବାୟୁର ମାନ 'ସିଭିୟର ପ୍ଲସ୍', ସୋମବାରଠୁ ଅନଲାଇନ୍ କ୍ଲାସ୍
ଦିଲ୍ଲୀରେ ବାୟୁ ଗୁଣବତ୍ତା ସୂଚକାଙ୍କ (AQI) ୪୫୭ ସ୍ତରରେ ପହଞ୍ଚିଛି। ଯେଉଁଥିପାଇଁ ବାୟୁ ଗୁଣବତ୍ତା ପରିଚାଳନା ଆୟୋଗ (CAQM) ସୋମବାର ସକାଳ ୮ଟାରୁ ଦିଲ୍ଲୀ ଏନସିଆରରେ GRAP-4 କାର୍ଯ୍ୟକାରୀ କରିବାକୁ ଘୋଷଣା କରିଛି।
Crime
ଆମ୍ବୁଲାନ୍ସକୁ ରାସ୍ତା ନଛାଡ଼ିବାରୁ ଅଢ଼େଇ ଲକ୍ଷ ଫାଇନ, ଲାଇସେନ୍ସ ରଦ୍ଦ
ଥ୍ରିସୁର ମେଡିକାଲ କଲେଜକୁ ରୋଗୀ ନେଇ ଯାଉଥିବା ଏକ ଆମ୍ବୁଲାନ୍ସକୁ ରାସ୍ତା ଛାଡ଼ିନଥିଲେ କାର ଚାଳକ। ସୋଶାଲ ମିଡିଆରେ ଭାଇରାଲ ହେଉଛି ଭିଡିଓ।
National
'ପରିସ୍ଥିତି ସୁଧାରିବାରେ ବିଫଳ'; ମଣିପୁର ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ଏନପିପି
ମଣିପୁରରେ ବିଜେପି ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ନ୍ୟାସନାଲ ପିପୁଲ୍ସ ପାର୍ଟି (ଏନପିପି)। ମୁଖ୍ୟମନ୍ତ୍ରୀ ବୀରେନ ସିଂହଙ୍କ ନେତୃତ୍ୱରେ ବିଜେପି ସରକାର ବର୍ତ୍ତମାନର ପରିସ୍ଥିତିର ମୁକାବିଲା କରିବାରେ ବିଫଳ ହୋଇଥିବା ଅଭିଯୋଗ କରିଛି ଏନପିପି।
Accident
ପୁଣି ହିଟ୍ ଆଣ୍ଡ ରନ୍; ନେତା ପୁଅଙ୍କ ଦାମୀ ଗାଡ଼ି ଚକା ତଳେ ଚାଲିଗଲା ଜୀବନ
କର୍ଣ୍ଣାଟକର ଜଣେ କଂଗ୍ରେସ ନେତାଙ୍କ ପୁଅର SUV କାର୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।
National
ହସ୍ପିଟାଲରେ ନିଆଁ ଲାଗି ୧୧ ଶିଶୁ ମୃତ୍ୟୁ ଘଟଣା, ଜଣାପଡିଲା ଅଗ୍ନିକାଣ୍ଡର କାରଣ
ଉତ୍ତରପ୍ରଦେଶ ଝାନ୍ସି ହସ୍ପିଟାଲରେ ନିଆଁ ଲାଗି ୧୧ ଶିଶୁଙ୍କର ମୃତ୍ୟୁ ଘଟିଥିଲା।