ନୂଆଦିଲ୍ଲୀ: ସାଉଦୀ ଆରବରେ ଥିବା ପ୍ରସିଦ୍ଧ ମକ୍କା ମସଜିଦ୍ ନିକଟରେ ଏକ ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ହେଉଥିବା କ୍ରେନ୍ ଭାଙ୍ଗିପଡିବାରୁ ୨ ଭାରତୀୟଙ୍କ ସମେତ ୧୦୭ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ୨୩୮ ଲୋକ ଗୁରୁତର ଭାବେ ଆହତ ହୋଇଛନ୍ତି। ଜେଧା ସହରରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ ମିଳିଥିବା ସୂଚନାନୁସାରେ ଏହି ଦୁର୍ଘଟଣାରେ ୨ ଜଣ ଭାରତୀୟ ନାଗରିକଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ପ୍ରବଳ ଝଡ ତୋଫାନ୍ ହେବାରୁ କ୍ରେନ୍ ଭାଙ୍ଗିପଡିଥିବା ସାଉଦୀ ଆରବ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ପ୍ରବଳ ବର୍ଷା ଓ ଝଡ ତଫାନ୍ ଲାଗି ରହିଥିବାରୁ ମୁସଲମାନ ସମ୍ପ୍ରଦାୟଙ୍କ ପ୍ରସିଦ୍ଧ ଧର୍ମସ୍ଥଳ ମକ୍କାରେ ଉଦ୍ଧାର କାର୍ଯ୍ୟରେ ବିଳମ୍ବ ହେଉଥିବା କର୍ତ୍ତୁପକ୍ଷ ସୂଚନା ଦେଇଛନ୍ତି।
ଅନ୍ୟପକ୍ଷରେ ଘଟଣାସ୍ଥଳରେ ପ୍ରଶାସନ, ସେନା ଓ ଅଗ୍ନିଶମ ବିଭାଗ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Viral
ଅଟୋକୁ ଧକ୍କା ଦେଲା କାର୍, ପୁଲିସ୍ କର୍ମଚାରୀଙ୍କୁ ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟ ଲୋକ
ପୁଲିସ କର୍ମଚାରୀଙ୍କୁ ସ୍ଥାନୀୟ ଲୋକେ ମାଡ଼ ମାରିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍ ହେଉଛି।