ପାଟନା: ଚଳିତ ବିହାର ବିଧାନସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ବୁଧବାର ଅନୁଷ୍ଠିତ ହୋଇଯାଇଛି। ତୃତୀୟ ପର୍ଯ୍ୟାୟରେ ୫୩.୩୨ ପ୍ରତିଶତ ଭୋଟର୍ ସେମାନଙ୍କ ମତଦାନ କରିଛନ୍ତି। ୫୪% ମହିଳା ସେମାନଙ୍କ ମତ ସାବ୍ୟସ୍ତ କରିଥିବା ବେଳେ ୫୨.୫୦ ପ୍ରତିଶତ ପୁରୁଷ ଭୋଟର ମତଦାନ କରିଛନ୍ତି। ବକ୍ସାରରେ ସର୍ବାଧିକ ୫୬.୫୮ପ୍ରତିଶତ ଭୋଟିଂ ହୋଇଥିବା ବେଳେ ପାଟନାରେ ୫୧.୮୨ ମତଦାନ ହୋଇଛି। ଏହା ସହିତ ୮୦୮ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମରେ ସିଲ୍ ହୋଇଯାଇଛି। ଏମାନଙ୍କ ମଧ୍ୟରେ ଅଛନ୍ତି ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ଦୁଇ ପୁଅ ତେଜପ୍ରତାପ ଓ ତେଜସ୍ୱୀ ପ୍ରତାପ, ବିଜେପି ନେତା ନନ୍ଦ କିଶୋର ଯାଦବ, ଦଳ ମୁଖ୍ୟ ସଚେତକ ଅରୁଣ କୁମାର ସିହ୍ନା ଏବଂ ବିହାର ବିଧାନସଭା ଉପବାଚସ୍ପତି ଅମରେନ୍ଦ୍ର ପ୍ରତାପ ସିଂହ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।