ପାଟଣା: ବିହାରର ବୈଶାଳୀ ଜିଲ୍ଲା ଶାହାଜାଇବୁଜୁର୍ଗରେ ସୀମାଞ୍ଚଳ ଏକ୍ସପ୍ରେସର ୯ଟି ବଗି ଲାଇନଚ୍ୟୁତ ହୋଇ ୬ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ବହୁ ଟ୍ରେନ୍ଯାତ୍ରୀ ଆହତ ହୋଇଛନ୍ତି। ଟ୍ରେନ୍ର ୯ଟି ବଗି ଲାଇନ୍ଚ୍ୟୁତ୍ ହୋଇଯାଇଛି।
ବିହାରର ଯୋଗବାଣୀରୁ ନୂଆଦିଲ୍ଲୀ ଆନନ୍ଦ ବିହାର ଟର୍ମିନାଲକୁ ଯାଉଥିବା ସୀମାଞ୍ଚଳ ଏକ୍ସପ୍ରେସ ରବିବାର ରାତି ପ୍ରାୟ ୩ଟା ୫୨ରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଗୋଟିଏ ଜେନେରାଲ କୋଚ୍, ଗୋଟିଏ ଏସି ବଗି B-3 ଏବଂ ସ୍ଲିପର କୋଚ୍ S-8, S-9, S-10 ସହ ଆଉ ୪ଟି ବଗି ଲାଇନଚ୍ୟୁତ୍ ହୋଇଛି।
ଘଟଣାସ୍ଥଳରେ ବରୁଆଣିରୁ ଆସି ଡାକ୍ତରୀ ଦଳ ପହଞ୍ଚିଛନ୍ତି। ଏହାସହ ଇଷ୍ଟ ସେଣ୍ଟ୍ରାଲ ରେଳବାଇର ବରିଷ୍ଠ ଅଧିକାରୀ ମଧ୍ୟ ଘଟଣାସ୍ଥଳ ଅଭିମୁଖେ ଯାତ୍ରା କରିଛନ୍ତି। ମୃତାହତଙ୍କ ଉଦ୍ଧାର କାର୍ଯ୍ୟ ଜାରି ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସମଲିଙ୍ଗୀ ବିବାହ: ବଡ଼ ନିଷ୍ପତ୍ତି ନେଲେ ସୁପ୍ରିମକୋର୍ଟ
ପୁନଃ ସମୀକ୍ଷା କରିବାକୁ ହୋଇଥିବା ଏକାଧିକ ଆବେଦନକୁ ମଧ୍ୟ ଆଜି ସର୍ବୋଚ୍ଚ ଅଦାଲତ ଅଗ୍ରାହ୍ୟ କରିଦେଇଛନ୍ତି। ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ୨୦୨୩ରେ ସର୍ବୋଚ୍ଚ ନ୍ୟାୟଳୟ ସଫା ସଫା ମନା କରିଦେଇଥିଲେ।
National
‘ଆମର ଅଧା କାହାଣୀ’ ଲେଖି ଝୁଲି ପଡ଼ିଲେ ଯୁବକ
୬ ମାସ ତଳେ କୋର୍ଟରେ ବାହା ହୋଇଥିଲେ। ତଥାପି ଝିଅ ଘର ଲୋକ ଶାନ୍ତିରେ ବଞ୍ଚିବାକୁ ଦେଲେନି। ସମୟକ୍ରମେ ଝିଅ ମଧ୍ୟ ବଦଳିଗଲା। ଶେଷରେ କୌଣସି ଉପାୟ ନ ପାଇ ଜଣେ ୨୫ ବର୍ଷୀୟ ଯୁବକ ଜୀବନ ହାରି ଦେଇଛନ୍ତି।
National
ଭୁଶୁଡ଼ିଲା ପ୍ଲାଣ୍ଟର ସିଲୋ: ୪ ଶ୍ରମିକ ମୃତ, ଚାପି ହୋଇ ରହିଛନ୍ତି ଅନେକ
ସିଲୋ ହେଉଛି ଲୁହାରେ ତିଆରି ହୋଇଥିବା ବିରାଟକାୟ ସିଲଣ୍ଡର ଆକୃତିର ଷ୍ଟ୍ରକଚର। ଇଟା ଭାଟିରେ ଲାଗୁଥିବା ଚିମିନି ଭଳି ଏହା ଦେଖିବାକୁ।
Crime
ଅଫିସ ପାର୍କିଂରେ ମହିଳା ସହକର୍ମୀଙ୍କୁ ବୀଭତ୍ସ ହତ୍ୟା: ସମସ୍ତେ ଦେଖିଲେ, କିନ୍ତୁ କିଛି କଲେନି
ଯୁବକ ଜଣଙ୍କ ପାର୍କିଂ ଲଟରେ ମହିଳାଙ୍କୁ ଆକ୍ରମଣ କରୁଥିବା ବେଳେ ସମସ୍ତେ ଏହାକୁ ଦେଖିଥିଲେ। କିନ୍ତୁ କେହି ବି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା ନ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।
National
ଆପ୍ର ୫୮ରୁ ୩୨ ଓ ବିଜେପିର ୭ରୁ ୪ ବିଧାୟକଙ୍କ ନାଁରେ ରହିଛି ଗୁରୁତର ମାମଲା
ଦଳ ଦୃଷ୍ଟିରୁ ଦେଖିଲେ ଆପର ୫୮ ଜଣ ବିଧାୟକଙ୍କ ପାଖରେ ହାରାହାରି ୧୩.୩୯ କୋଟି ଟଙ୍କାର ସମ୍ପତ୍ତି ରହିଥିବାବେଳେ ବିଜେପିର ୭ ଜଣ ବିଧାୟକଙ୍କ ପାଖରେ ହାରାହାରି ୭ କୋଟି ୪୫ ଲକ୍ଷ ଟଙ୍କାର ସମ୍ପତ୍ତି ରହିଛି।