ପାଟଣା: ବିହାର ବିଧାନସଭା ପାଇଁ ଆରମ୍ଭ ହୋଇଛି ଚତୁର୍ଥ ପର୍ଯ୍ୟାୟ ମତଦାନ। ରାଜ୍ୟର ୭ଟି ଜିଲ୍ଲାର ୫୫ଟି ଆସନ ପାଇଁ ଭୋଟ୍ ଗ୍ରହଣ କରାଯାଉଛି। ମାଓ ପ୍ରବଣ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି।ଚତୁର୍ଥ ପର୍ଯ୍ୟାୟରେ ପ୍ରାୟ ଦେଢ କୋଟି ମତଦାତା ୧୩ ହଜାର ୫୩୫ଟି ପୋଲିଂ ବୁଥରେ ମତଦାନ କରିବେ। ଚତୁର୍ଥ ପର୍ଯ୍ୟାୟ ମତଦାନରେ ୭୭୬ ପ୍ରାର୍ଥୀ ନିର୍ବାଚନ ମଇଦାନରେ ଅଛନ୍ତି। ୪୩ଟି ଆସନରେ ସନ୍ଧ୍ୟା ୫ଟା ଯାଏଁ ଭୋଟ ଗ୍ରହଣ ଚାଲିବ। ତେବେ ବାକି ମାଓ ପ୍ରବଣ ୧୨ଟି ଆସନରୁ ୮ଟିରେ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଏବଂ ୪ଟିରେ ୩ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ। ସମ୍ୱେଦନଶୀଳ ଅଞ୍ଚଳରେ ୧ ଲକ୍ଷ ୨୦ ହଜାର ସୁରକ୍ଷା କର୍ମୀଙ୍କୁ ମୁତୟନ କରାଯାଇଛି। ବିହାର ବିଧାନସଭା ନିର୍ବାଚନ ଲାଗି ଏଥର ବିଜେପି ନେତୃତ୍ୱାଧିନ ମେଣ୍ଟ ଏବଂ କଂଗ୍ରେସ-ଜେଡିୟୁ ଓ ଆରଜେଡି ମେଣ୍ଟ ମଧ୍ୟରେ ତୀବ୍ର ପ୍ରତିଦ୍ୱନ୍ଦିତା ହେଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।