ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମଦ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ଲଣ୍ଡନରେ ପୁଣି ଗିରଫ କରାଯାଇଛି। ଋଣ ଖିଲାପ କରିଥିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଥିଲା। ପରେ ତାଙ୍କୁ ଜାମିନ ମଧ୍ୟ ମିଳିଛି। ପୂର୍ବରୁ ମଧ୍ୟ ବିଜୟ ମାଲ୍ୟାଙ୍କୁ ଏପ୍ରିଲ ୧୮ରେ ଗିରଫ କରାଯାଇଥିଲା। ଗତବର୍ଷ ମାର୍ଚ୍ଚ ମାସରେ ଭାରତରୁ ଫେରାର ହେବା ପରଠାରୁ ଲଣ୍ଡନରେ ରହୁଛନ୍ତି ବିଜୟ ମାଲ୍ୟା। ଭାରତର ବିଭିନ୍ନ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଠାରୁ ୯ହଜାର କୋଟି ଟଙ୍କାରୁ ଅଧିକ ଋଣ ନେଇଥିଲେ। ଋଣ ଟଙ୍କାକୁ ସେ ବେଆଇନ ଭାବେ ଆମେରିକା, ଲଣ୍ଡନ, ଫ୍ରାନ୍ସ ଓ ଆୟର୍ଲାଣ୍ଡରେ ବିନିଯୋଗ କରିଥିବା ଜଣାପଡିଛି। ଏନେଇ ନିକଟରେ ସିବିଆଇ ଓ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହାସଲ କରିଛି। ତେଣୁ ବିଜୟ ମାଲ୍ୟାଙ୍କ ପ୍ରତ୍ୟାର୍ପଣ ପାଇଁ ଦୁଇ ତଦନ୍ତକାରୀ ସଂସ୍ଥା ଲଣ୍ଡନ କୋର୍ଟରେ ତଥ୍ୟ ଦାଖଲ କରିପାରନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।