ପାଟଣା: ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଏବେ ବିହାର ରାଜନୀତିକୁ ବାଏ ବାଏ କରିବେ। କାରଣ ସେ ଏବେ ଦିଲ୍ଲୀରେ ରାଜନୀତି କରିବେ। ଏଥିପାଇଁ ବିଜେପି ସମସ୍ତ ପ୍ରସ୍ତୁତି ଆରମ୍ଭ କରି ଦେଇଛି। ଦିବଂଗତ କେନ୍ଦ୍ରମନ୍ତ୍ରୀ ତଥା ରାଜ୍ୟସଭା ସାଂସଦ ରାମବିଳାଶ ପାଶଓ୍ୱାନଙ୍କ ଦେହାନ୍ତ ପରେ ଖାଲି ପଡ଼ିଥିବା ଆସନରେ ଉପନିର୍ବାଚନ ପାଇଁ ନିର୍ବାଚନ କମିଶନ ବିଜ୍ଞପ୍ତି ପ୍ରକାଶ କରିଥିଲେ। ଏବେ ସୁଶୀଲ ମୋଦି ଏହି ଆସନ ପାଇଁ ନାମାଙ୍କନ ଭରିବେ ବୋଲି କେନ୍ଦ୍ର ବିଜେପି ବିଜ୍ଞପ୍ତି ପ୍ରକାଶ କରି କହିଛି।
ସୁଶୀଲ ମୋଦି ଦିଲ୍ଲୀରେ ବିହାର ବିଜେପି ପାଇଁ ଚେହେରା ବୋଲି ଜଣାପଡ଼ିଛି। ଏଥିସହ କେନ୍ଦ୍ରମନ୍ତ୍ରୀ ଭାବରେ ମଧ୍ୟ ବିଜେପି ତାଙ୍କୁ ଦାୟିତ୍ୱ ଦେଇପାରେ। ନିକଟରେ ବିହାରରେ ବିଧାନସଭା ନିର୍ବାଚନ ହୋଇଥିଲା। ଏନିଡିଏ ପୁଣିଥରେ କ୍ଷମତାକୁ ଫେରିଛି। ହେଲେ ସୁଶୀଲ ମୋଦିଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ୍ ଦିଆଯାଇଛି। ତାଙ୍କ ସ୍ଥାନରେ ଅନ୍ୟ ଦୁଇ ଦଳୀୟ ନେତାଙ୍କୁ ଉପମୁଖ୍ୟମନ୍ତ୍ରୀ କରିଛି ବିଜେପି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।