ବେଙ୍ଗାଲୁର: ଐତିହାସିକ ମହିଶୂର ଶାସକ ଟିପୁ ସୁଲତାନଙ୍କ ଜୟନ୍ତୀ ଉତ୍ସବ ପାଳନକୁ କେନ୍ଦ୍ର କରି ହିଂସା ପରେ ଅଶାନ୍ତ ହୋଇପଡିଛି କର୍ଣ୍ଣାଟକ। ଉତ୍ସବ ପାଳନକୁ ସଂଘ ପରିବାର ସମେତ ଅନେକ ସଂଗଠନ ବିରୋଧ କରୁଛନ୍ତି। ଏ ନେଇ ଗୁରୁବାର କର୍ଣ୍ଣାଟକର ଜଣେ ସାଂସଦଙ୍କୁ ଜୀବନରୁ ମାରିଦେବାକୁ ଧମକ ମିଳିଥିବା ଅଭିଯୋଗ ହୋଇଛି। ଏକ ନିର୍ଦ୍ଧିଷ୍ଠ ଗୋଷ୍ଠୀର ବ୍ୟକ୍ତି କୋଡାଗୁ ଜିଲ୍ଲାର ବିଜେପି ସାଂସଦ ମହିଶୂର ପ୍ରତାପ ସୀମାହାଙ୍କୁ ଫେସବୁକରେ ଜୀବନରୁ ମାରିଦେବାକୁ ଧମକ ଦେଇଥିବା ଅଭିଯୋଗ ହୋଇଛି। ଏ ନେଇ ସ୍ଥାନୀୟ ଥାନାରେ ସାଂସଦ ଅଭିଯୋଗ କରିଛନ୍ତି। ଟିପୁ ସୁଲତାନଙ୍କ ଜୟନ୍ତୀ ପାଳନକୁ ବିଶ୍ୱ ହିନ୍ଦୁ ପରିଷଦ (ଭିଏସପି) ବିରୋଧ କରି ଶୁକ୍ରବାର ବନ୍ଦ ଡାକରା ଦେଇଛି। ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନ ବେଳେ ଜଣେ ଭିଏଚପି କର୍ମୀ ପ୍ରାଣ ହରାଇଥିଲେ। ଏହାକୁ ନେଇ ବିଜେପି କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ସିଦ୍ଧରାମାୟା ଇସ୍ଥଫା ଦାବି କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।