ନୂଆଦିଲ୍ଲୀ: ଲୋକସଭାର ବାଚସ୍ପତି ହେବେ ବିଜେପି ସାଂସଦ ଓମ୍ ବିର୍ଲା। ରାଜସ୍ଥାନ କୋଟା ଲୋକସଭାରୁ ଓମ୍ ବିର୍ଲା ନିର୍ବାଚିତ ହୋଇଛନ୍ତି। ଆଜି ମଧ୍ୟାହ୍ନରେ ସେ ଲୋକସଭାର ବାଚସ୍ପତି ପଦବୀ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିବେ ବୋଲି ସୂଚନା ରହିଛି।
ଓମ୍ ବିର୍ଲା ରାଜସ୍ଥାନ କୋଟାରୁ ଚଳିତଥରକୁ ମିଶାଇ ଦୁଇ ଥର ସାଂସଦ ଭାବେ ନିର୍ବାଚିତ ହୋଇଛନ୍ତି। ଏହା ପୂର୍ବରୁ କୋଟା ଦକ୍ଷିଣ ବିଧାନସଭା ଆସନରୁ ୩ଥର ବିଧାୟକ ନିର୍ବାଚିତ ହୋଇଥିଲେ। କଂଗ୍ରେସ ପ୍ରାର୍ଥୀ ରାମନରୀନ ମୀନାଙ୍କୁ ଓମ୍ ବିର୍ଲା ଚଳିତ ନିର୍ବାଚନରେ ୨.୭୯ ଲକ୍ଷ ଭୋଟ ବ୍ୟବଧାନରେ ହରାଇଛନ୍ତି।
ପୂର୍ବରୁ ବାଚସ୍ପତି ପଦବୀ ପାଇଁ ପିପି ଚୌଧୁରୀ ଏବଂ ଏସଏସ ଆଲୁୱାଲିଆ ଓ ଜୁଏଲ ଓରାମଙ୍କ ନାମ ଚର୍ଚ୍ଚା ହେଉଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମଣିପୁରରେ ପୁଣି ହିଂସା: DCP ଅଫିସ ଉପରେ ଆକ୍ରମଣ
ଆକ୍ରମଣରେ ଜଣେ ପୁଲିସ୍ ଅଧିକାରୀ ଆହତ ହୋଇଛନ୍ତି। ସେହିପରି ଡିସିପି ଅଫିସ ନିକଟରେ ରହିଥିବା ଏକାଧିକ ପୁଲିସ୍ ଗାଡ଼ିକୁ ଲୋକମାନେ ଭାଙ୍ଗି ଦେଇଛନ୍ତି।
Health
ଚାଇନାର ନୂଆ ଭାଇରସକୁ ନେଇ ଆତଙ୍କିତ ହୁଅନ୍ତୁନି: ସ୍ୱାସ୍ଥ୍ୟ ବିଭାଗ
ଚୀନରେ କୋରୋନାଠୁ ଆହୁରି ଦ୍ରୁତ ଗତିରେ ବ୍ୟାପୁଛି ନୂଆ ଭାଇରସ୍ HMPV। ହେଲେ ଏହାକୁ ନେଇ ଭାରତରେ ଚିନ୍ତିତ ହେବାର କିଛି ନାହିଁ ବୋଲି କହିଲା ସ୍ୱାସ୍ଥ୍ୟ ବିଭାଗ।
Crime
୬ ବର୍ଷର ଝିଅକୁ ଦୁଷ୍କର୍ମ; ଧରା ପଡ଼ିଯିବା ଭୟରେ ତଣ୍ଟି ଚିପି ମାରିଦେଲା ପଡ଼ୋଶୀ
ଚକୋଲେଟ ଦେବା ବାହାନାରେ ଶିଶୁକୁ ଘରକୁ ଡାକିନେଇ ଦୁଷ୍କର୍ମ କଲା। ଖସି ପଳାଉଥିବାବେଳେ ଏନକାଉଣ୍ଟର କରି ଗିରଫ କରିଛି ପୁଲିସ।
Politics
ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ବିରୋଧରେ ଅଳକା ଲାମ୍ବାଙ୍କୁ ପ୍ରାର୍ଥୀ କଲା କଂଗ୍ରେସ
କ୍ରମାଗତ ୧୫ ବର୍ଷ ଦିଲ୍ଲୀକୁ ଶାସନ କରିଥିବା କଂଗ୍ରେସ ଗଲା ୨ଟି ଯାକ ବିଧାନସଭା ନିର୍ବାଚନରେ ଗୋଟିଏ ହେଲେ ଆସନ ଜିତିବାକୁ ସକ୍ଷମ ହୋଇ ନଥିଲା।
National
ଲଦାଖକୁ ପୁଣି ନିଜର କହିଲା ଚାଇନା: ଜୋରଦାର ବିରୋଧ କଲା ଭାରତ
ଚାଇନା ପକ୍ଷରୁ ଦୁଇଟି କାଉଣ୍ଟୀ ପ୍ରତିଷ୍ଠା କରାଯାଉଛି। ଏହାର କିଛି ଅଂଶ ଲଦାଖ ମଧ୍ୟରେ ଆସୁଛି। ଚାଇନାର ଏପରି ପଦକ୍ଷେପକୁ ଭାରତ ପକ୍ଷରୁ କଡ଼ା ବିରୋଧ କରାଯାଇଛି।