ଭୋପାଲ୍: ବିବାଦୀୟ ମନ୍ତବ୍ୟ ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ଭୋପାଳର ବିଜେପି ସାଂସଦ ସାଧ୍ୱୀ ପ୍ରଜ୍ଞା ଠାକୁର ପୁଣିଥରେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ ନବରାତ୍ରୀ ସମୟରେ ଲାଉଡ଼ ସ୍ପିକର ଏବଂ ଡିଜେ ବାଜିବ। ଏଥିରେ କୌଣସି ଗାଇଡଲାଇନ୍ ନାହିଁ। କେବଳ କ’ଣ ହିନ୍ଦୁ ମାନଙ୍କ ପାଇଁ ଏହି ଆଇନ୍ ତିଆରି ହୋଇଛି ବୋଲି ସେ ପ୍ରଶ୍ନ କରିଛନ୍ତି। ଏ ନେଇ ଗଣମାଧ୍ୟମ ପ୍ରତିନିଧି କୋର୍ଟଙ୍କ ନିୟମ ବାବଦରେ ପ୍ରଶ୍ନ କରିଥିଲେ। ଜବାବରେ ସେ ଉପରୋକ୍ତ ମତ ସେ ରଖିଥିଲେ।
ଏହା ପୂର୍ବରୁ ନିର୍ବାଚନ ବେଳେ ସାଧ୍ୱୀ ନିଜର ଏକ ପ୍ରତିକ୍ରିୟାରେ ଗଡସେକୁ ଦେଶଭକ୍ତ ବୋଲି କହିଥିଲେ। ଏହାକୁ ନେଇ ବିବାଦ ଦେଖାଦେବା ପରେ ବିଜେପି ପକ୍ଷରୁ ସାଧ୍ୱୀଙ୍କୁ କ୍ଷମା ମାଗିବାକୁ କୁହାଯାଇଥିଲା। ଶେଷରେ ସେ କ୍ଷମା ମାଗିଥିଲେ। ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ପ୍ରତିକ୍ରିୟାରେ କହିଥିଲେ ସେ କେବେ ସାଧ୍ୱୀ ପ୍ରଜ୍ଞାଙ୍କୁ କ୍ଷମା ଦେଇ ପାରିବେ ନାହିଁ। ବାବ୍ରି ମସଜିଦ ଭଙ୍ଗା ଯାଇଥିବାରୁ ସେ ଗର୍ବିତ ବୋଲି ଏକ ଟିଭି ଚ୍ୟାନେଲରେ ସାକ୍ଷାତକାର ବେଲେ ମନ୍ତବ୍ୟ ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।