ଜମ୍ମୁ: ଗତକାଲି ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରି ଗୁଳିମାଡ଼ କରିବା ଯୋଗୁଁ ଜଣେ ଭାରତୀୟ ଯବାନ ସହିଦ ହୋଇଥିଲେ। ଏହି ଘଟଣାକୁ ୨୪ ଘଣ୍ଟା ନ ପୂରି ନାହିଁ, ହେଲେ ଭାରତ ଏହାର ଜବାବ ଦେଇ ଦେଇଛି। ଖାଲି ଜବାବ ଦେଇନାହିଁ। ସାମ୍ବା ସେକ୍ଟରରେ ୧୦ ଜଣ ପାକିସ୍ତାନୀ ରେଞ୍ଜରଙ୍କୁ ହତ୍ୟା କରିବା ସହ ପାକିସ୍ତାନର ୪ଟି ଚେକ୍ପୋଷ୍ଟକୁ ନଷ୍ଟ କରି ଦେଇଛି।
ବିଏସ୍ଏଫ୍ର ଜଣେ ଅଧିକାରୀ କହିଛନ୍ତି, “ବିଏସ୍ଏଫ୍ ଯବାନ ଗତକାଲି ୪ଟି ପାକିସ୍ତାନୀ ଚେକ୍ପୋଷ୍ଟ ଚିହ୍ନଟ କରିଥିଲେ। ଚିହ୍ନଟ ପରେ ଏହି ପୋଷ୍ଟଗୁଡିକୁ ଧ୍ୱଂସ କରିଦିଆଯାଇଛି।
ଜଣେ ଆତକଙ୍କବାଦୀ ମୃତ
ସେହିପରି ଘନ କୁହୁଡିର ଫାଇଦା ନେଇ ଆରଏସ୍ପୁର ସେକ୍ଟରରେ କିଛି ଆତଙ୍କବାଦୀ ଭାରତୀୟ ସୀମାକୁ ପଶିବାକୁ ଚେଷ୍ଟା କରୁଥିଲେ। ଏହା ଜଣାପଡିବା ମାତ୍ରେ ବିଏସ୍ଏଫ୍ ଯବାନ ଗୁଳିମାଡ ଆରମ୍ଭ କରିଦେଇଥିଲେ। ଏଥିରେ ଜଣେ ଆତଙ୍କବାଦୀର ମୃତ୍ୟୁ ଘଟିଥିବା ବେଳେ ଅନ୍ୟମାନେ ଖସି ଯିବାକୁ ସକ୍ଷମ ହୋଇଥିଲେ। ଏହାପରେ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।