ନୂଆଦିଲ୍ଲୀ: ସୋମବାରଠାରୁ ସଂସଦର ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ବଜେଟ୍ ଅଧିବେଶନର ଏହି ପର୍ଯ୍ୟାୟରେ ଉଭୟ ରାଜ୍ୟସଭା ଓ ଲୋକସଭାର କାର୍ଯ୍ୟରେ ଉତ୍ତରାଖଣ୍ଡରେ ରାଷ୍ଟ୍ରପତି ଶାସନ ଓ ରାଜନୈତିକ ସଂକଟର ପ୍ରଭାବ ପଡ଼ିବ ବୋଲି ସ୍ପଷ୍ଟ ହୋଇଯାଇଛି। ଉତ୍ତରାଖଣ୍ଡରେ ରାଷ୍ଟ୍ରପତି ଶାସନ ଜାରି ନେଇ ସରକାରଙ୍କୁ ଘେରିବାକୁ କଂଗ୍ରେସ ପ୍ରସ୍ତୁତ ହୋଇଛି।
କଂଗ୍ରେସ ନେତା ଗୁଲାମନବୀ ଆଜାଦ ଓ ଆନନ୍ଦ ଶର୍ମା ରାଜ୍ୟସଭାରେ ପ୍ରଶ୍ନକାଳ ସ୍ଥଗିତ ରଖିବାକୁ ନୋଟିସ୍ ଦେଇଛନ୍ତି। ଗୃହରେ ଉତ୍ତରାଖଣ୍ଡର ରାଜନୈତିକ ସଂକଟ ଉପରେ ଆଲୋଚନା କରିବାକୁ ଏହି ଦୁଇ ନେତା ଦାବି କରିଛନ୍ତି।
ଅନ୍ୟପକ୍ଷରେ ଆସନ୍ତାକାଲି ଲୋକସଭା ବାଚସ୍ପତି ସୁମିତ୍ରା ମହାଜନ ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ସକାଳ ସାଢ଼େ ୧୧ଟାରେ ଏହି ବୈଠକ ବସିବ। ସବୁ ଦଳର ପ୍ରମୁଖ ନେତାଙ୍କୁ ଏହି ବୈଠକକୁ ଆମନ୍ତ୍ରିତ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଝୁଲି ପଡ଼ିଲେ ଏୟାର ଇଣ୍ଡିଆ ପାଇଲଟ
୨ ବର୍ଷ ତଳେ ସୃଷ୍ଟି ଓ ଆଦିତ୍ୟ ପରସ୍ପରକୁ ପ୍ରଥମଥର ଦିଲ୍ଲୀରେ ଦେଖା ହୋଇଥିଲେ। ଏହି ସମୟରେ ଉଭୟ ବ୍ୟବସାୟିକ ବିମାନ ପାଇଲଟର ଲାଇସେନ୍ସ ପାଇଁ ଟ୍ରେନିଂ ନେଉଥିଲେ। ପ୍ରଥମେ ବନ୍ଧୁତା ଓ ପରେ ଉଭୟଙ୍କ ମଧ୍ୟରେ ପ୍ରେମ ହୋଇଥିଲା।
National
ପୁଣି ଡିଜିଟାଲ ଆରେଷ୍ଟ: ଏଥର ୫ ଲକ୍ଷ ହରାଇଲେ ପୂର୍ବତନ ସେନା ଅଧିକାରୀ
ଜଣେ ପୂର୍ବତନ ସେନା ଅଧିକାରୀ ସାଇବର ଠକଙ୍କ ଡିଜିଟାଲ ଆରେଷ୍ଟର ଶିକାର ହୋଇଛନ୍ତି। ଡିଜିଟାଲ ଆରେଷ୍ଟ କରି ସାଇବର ଠକମାନେ ତାଙ୍କ ଠାରୁ ୫ ଲକ୍ଷ ଟଙ୍କା ନେଇ ଯାଇଛନ୍ତି।
Accident
ଗୋରୁ ଚରାଉଥିବା ବେଳେ ୫ ମହିଳାଙ୍କୁ ଦଳିଦେଲା କାର୍
କାର୍ ଧକ୍କାରେ ପ୍ରାଣ ହରାଇଥିବା ସମସ୍ତ ମହିଳାଙ୍କ ବୟସ ୫୦ ବର୍ଷରୁ ଅଧିକ। ସେମାନେ ରାସ୍ତା କଡ଼ରେ ନିଜର ଗୋରୁଙ୍କୁ ଚରାଉଥିବା ବେଳେ ଏଭଳି ଘଟଣା ଘଟିଛି।
National
ଫାର୍ମା କମ୍ପାନୀର ଲ୍ୟାବରୁ ବିଷାକ୍ତ ଗ୍ୟାସ୍ ଲିକ: ଜଣେ ମୃତ, ୮ ହସ୍ପିଟାଲରେ ଭର୍ତ୍ତି
ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଲୋକମାନେ ଶ୍ୱାସକ୍ରିୟାରେ ସମସ୍ୟା ଅନୁଭବ କରୁଥିବା ଜଣାପଡ଼ିଛି।
National
ଦୁଇ ମଦୁଆ, ୨ ବିଚାରପତି ଓ ମଝି ଆକାଶରେ ହାଇଡ୍ରାମା
ରବିବାର ରାତିରେ ସେମାନେ ବିମାନରେ ବସିଥିବା ବେଳେ ସୋମବାର ସକାଳେ ସେମାନଙ୍କୁ ଏକାଧିକ ମାମଲାର ଶୁଣାଣି କରିବାର ଥିଲା।