ମୁମ୍ବାଇ: ମୁମ୍ବାଇର ଭିୱାଣ୍ଡି ଅଞ୍ଚଳରେ ଆଜି ତିନି ମହଲା କୋଠା ଭୁଶୁଡି ପଡ଼ିବାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୭ ଜଣ ଲୋକ ଫସି ରହିଛନ୍ତି। ଉଦ୍ଧାରକାରୀ ଦଳ ପହଞ୍ଚି ୪ ଜଣ ଲୋକଙ୍କୁ ଉଦ୍ଧାର କରିଛନ୍ତି।
ଭିୱାଣ୍ଡି ତହସିଲଦାର ବୈଶାଳୀ ଲଂବାତେ କହିଛନ୍ତି,“ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ୪ ଜଣ ଲୋକଙ୍କୁ ଉଦ୍ଧାର କରିଛନ୍ତି। କୋଠାଟି ବହୁ ପୁରୁଣା ହୋଇଯାଇଥିଲା। ରହିବା ପାଇଁ ଏହା ବିପଦପୂର୍ଣ୍ଣ ଥିବାରୁ ଘର ଖାଲି କରିବାକୁ ପ୍ରଶାସନ ଲୋକମାନଙ୍କୁ ଆଗରୁ ନୋଟିସ୍ କରିଥିଲା।”
ସୂଚନାଯୋଗ୍ୟ, ଜୁଲାଇ ୩୧ ତାରିଖରେ ସହରରେ ପ୍ରବଳ ବର୍ଷା ଯୋଗୁଁ ଏକ ଦୁଇ ମହଲା ବିଶିଷ୍ଟ ଏକ କୋଠା ଭୁଶୁଡ଼ି ପଡ଼ିବାରୁ ୪ ଶିଶୁ ଓ ୩ ଜଣ ମହିଳାଙ୍କ ମୃତ୍ୟୁ ଘଟିଥିଲା ଏବଂ ୧୦ ଜଣ ଲୋକ ଆହତ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।
Accident
ଓଲଟି ପଡ଼ିଲା ବସ୍; ୧୦ ଯାତ୍ରୀ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ
ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା।
Politics
ମହାରାଷ୍ଟ୍ରରେ ଟ୍ୱିଷ୍ଟ୍; ସରକାର ଗଠନ ପୂର୍ବରୁ ଗାଁକୁ ପଳେଇଲେ ସିନ୍ଦେ
ମହାୟୁତି ମହାମେଣ୍ଟର ବୈଠକ ବାତିଲ୍।