କାବୁଲ: ଆଫଗାନିସ୍ତାନର ରାଜଧାନୀ କାବୁଲରେ ବୋମା ବିସ୍ଫୋରଣ ହୋଇଛି। ଏଥିରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସାଂସଦ ହାଜି ଖାନ ମହମ୍ମଦ ଭରାଦକଙ୍କ କାରକୁ ଟାର୍ଗେଟ କରି ବୋମା ବିସ୍ଫୋରଣ କରିଥିଲେ ଆତଙ୍କବାଦୀ। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ସାଂସଦଙ୍କ ସହିତ ୧୫ ରୁ ଅଧିକ ଲୋକ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଛୋଟ ଛୁଆ ଓ ମହିଳା ମଧ୍ୟ ରହିଛନ୍ତି। ସହରର ପିଡି୫ ଅଞ୍ଚଳରେ ଥିବା ସ୍ପିନ୍ କାଲେ ସ୍କୋୟାରରେ ଏହି ବିସ୍ଫୋରଣ ଘଟିଛି। ଏ ନେଇ କାବୁଲ ପୁଲିସ ଏହି ସୂଚନା ଦେଇଛି।
ଆଫଗାନିସ୍ତାନ ଗୃହ ମନ୍ତ୍ରଣାଳୟର ଉପ ମୁଖପାତ୍ର ଫରଦାସ ଫାରାମର୍ଜ କହିଛନ୍ତି ଯେ ଏହି ଆକ୍ରମଣରେ ତିନିଟି ଗାଡିରେ ନିଆଁ ଲାଗାଯାଇଥିଲା। ସରକାରୀ ରିପୋର୍ଟ ଅନୁଯାୟୀ ୮ ଜଣଙ୍କର ମୃତ୍ୟୁ ହୋଇଥିବା ସୁନିଶ୍ଚିତ କରାଯାଇଛି। ଏପର୍ଯ୍ୟନ୍ତ କୌଣସି ଆତଙ୍କବାଦୀ ସଂଗଠନ ଏହି ଆକ୍ରମଣ ପାଇଁ ଦାୟୀ କରି ନାହାନ୍ତି।
https://twitter.com/TariqArian3/status/1340550626644783107?s=20
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।