ବେଙ୍ଗାଲୁରୁ: ବହୁ ଚର୍ଚ୍ଚିତ କର୍ଣ୍ଣାଟକା ଆଇଏଏମ ଦୁର୍ନୀତି ଘଟଣାରେ ଗିରଫ ହୋଇଛନ୍ତି ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ନେତା ରୋଶନ ବେଗ୍। ୪ ହଜାର କୋଟି ଟଙ୍କାର ଏହି ଦୁର୍ନୀତି ମାମଲାରେ ପଚରା ଉଚରା କରିବା ପାଇଁ ଆଜି ସିବିଆଇ ତାଙ୍କୁ ସମନ କରିଥିଲା।
ପୂର୍ବତନ ବିଧାୟକ ରୋଶନଙ୍କୁ ଗିରଫ କରିବା ପରେ ସିବିଆଇ ତାଙ୍କୁ କୋର୍ଟରେ ହାଜର କରିଥିଲା। ଏହାପରେ ୧୪ ଦିନିଆ ବିଚାରବିଭାଗୀୟ ହେପାଜତ ପାଇଁ ଅନୁମତି ଦେଇଛନ୍ତି କୋର୍ଟ। ଏହି ଦୁର୍ନୀତି ମାମଲାରେ ପ୍ରଥମ ଥର ପାଇଁ ଜଣେ ନେତା ଗିରଫ ହୋଇଛନ୍ତି। ପୂର୍ବରୁ ଏହି ମାମଲାରେ ସିବିଆଇ ସରକାରୀ ଅଧିକାରୀ ଏବଂ ପୁଲିସ ଅଧିକାରୀଙ୍କ ବିରୋଧରେ ସପ୍ଲିମେଣ୍ଟାରୀ ଚାର୍ଜଶିଟ୍ ଦାଖଲ କରିଥିଲା।
ଆଇଏମଏ ଦୁର୍ନୀତି ଘଟଣାର ତଦନ୍ତ ଏବେ ସିବିଆଇ କରୁଛି ଓ ତଦନ୍ତକାରୀ ସଂସ୍ଥା ତାଙ୍କୁ ପଚରାଉଚରା କରିବାକୁ ଯୋଜନା କରୁଥିଲା। ଆଇଏମଏ ପକ୍ଷରୁ ଲୋକଙ୍କୁ ଲୋଭ ଦେଖାଇ କମ୍ପାନୀରେ ପୁଞ୍ଜି ଲଗାଣ ପାଇଁ କୁହାଯାଇଥିଲା। ଏପରି ଭାବେ ପ୍ରାୟ ୪ ହଜାର କୋଟି ଟଙ୍କାର ହେରଫେର ହୋଇଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।