ଭୁବନେଶ୍ୱର(ଓଡିଶା ରିପୋର୍ଟର): ପ୍ରକାଶ ପାଇଛି ଚଳିତ ବର୍ଷର CBSE ଦ୍ୱାଦଶ ଶ୍ରେଣୀ ରେଜଲ୍ଟ। ମୋଟ ୮୩.୦୧ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଥିବା ସୂଚନା ମିଳିଛି। ଗାଜିଆବାଦର ମେଘନା ଶ୍ରୀବାସ୍ତବ ଟପ୍ପର ହୋଇଛନ୍ତି। ସେ ମୋଟ ୫୦୦ ନମ୍ବରରୁ ୪୯୯ନମ୍ବର ରଖିଛନ୍ତି। ସେହିପରି ଗାଜିଆବାଦର ଅନୁଷ୍କା ଚନ୍ଦ୍ରା ୪୯୮ ନମ୍ବର ରଖି ଦ୍ୱିତୀୟ ସ୍ଥାନ ହାସଲ କରିଥିବାବେଳେ ୭ ଜଣ ପିଲା ୪୯୭ ନମ୍ବର ରଖି ତୃତୀୟ ସ୍ଥାନରେ ରହିଛନ୍ତି।
ସୂଚନା ଅନୁଯାୟୀ ଗତବର୍ଷ ତୁଳନାରେ ଚଳିତବର୍ଷ ପରୀକ୍ଷା ଫଳ ଭଲ ହୋଇଛି। ଏ ବର୍ଷ ମଧ୍ୟ ଛାତ୍ରୀମାନେ ଛାତ୍ରମାନଙ୍କୁ ପଛରେ ପକାଇ ଦେଇଛନ୍ତି। ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ୮୮.୩୧ ପ୍ରତିଶତ ଛାତ୍ରୀ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ୭୮.୯୯ ପ୍ରତିଶତ ଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।