ନୂଆଦିଲ୍ଲୀ: ହୋଲି ଅବସରରେ ସରକାର ଆଜି କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତାକୁ ୬ ପ୍ରତିଶତକୁ ବୃଦ୍ଧି କରିଛନ୍ତି। ଏହା ଦ୍ୱାରା ଏକ କୋଟିରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଓ ପେନସନ୍ଧାରୀ ଉପକୃତ ହେବେ। ଏଥିପାଇଁ କେନ୍ଦ୍ର ସରକାରଙ୍କୁ ବାର୍ଷିକ ଅତିରିକ୍ତ ୧୪,୭୨୪.୭୪ କୋଟି ଟଙ୍କାର ବୋଝ ବହନ କରିବାକୁ ପଡ଼ିବ। ୨୦୧୬ ଜାନୁଆରୀ ୧ରୁ ପିଛିଲା ଭାବେ ଏହାକୁ କାର୍ଯ୍ୟକାରୀ କରାଯିବ।
କେନ୍ଦ୍ର କ୍ୟାବିନେଟ୍ ବୈଠକ ପରେ ଏ ସଂପର୍କରେ ସୂଚନା ଦେଇ ଦୂରସଂଚାର ମନ୍ତ୍ରୀ ରବି ଶଙ୍କର ପ୍ରସାଦ କହିଥିଲେ,“ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ୫୦ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଓ ୫୮ ଲକ୍ଷ ପେନ୍ସନ୍ଧାରୀ ଉପକୃତ ହେବେ। ୨୦୧୬-୧୭ ଆର୍ଥିକ ବର୍ଷରେ ଏଥିପାଇଁ କେନ୍ଦ୍ରୀୟ କର୍ମଚାରୀଙ୍କ ନିମନ୍ତେ ଅତିରିକ୍ତ ୬,୭୯୫.୫କୋଟି ଟଙ୍କା ଖର୍ଚ୍ଚ କରାଯିବ। ସେହିଭଳି ପେନସନ୍ଧାରୀଙ୍କ ପାଇଁ ୭,୯୨୯.୨୪ କୋଟି ଟଙ୍କା ଅଧିକ ଖର୍ଚ୍ଚ କରାଯିବ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମୁମ୍ବାଇ ୨୬/୧୧ ହମଲାକୁ ପୂରିଲା ୧୬ ବର୍ଷ: ଆତଙ୍କୀଙ୍କୁ କଡ଼ା ବାର୍ତ୍ତା ଦେଲେ ମୋଦି
ମୁମ୍ବାଇ ୨୬/୧୧ ହମଲାର ୧୬ ବର୍ଷ ପୂର୍ତ୍ତିରେ ଆତଙ୍କବାଦୀ ଓ ସେମାନଙ୍କ ଆକ୍କାମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।
National
ରାହୁଲ ଗାନ୍ଧିଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗ: କେନ୍ଦ୍ରକୁ ଜବାବ ମାଗିଲେ କୋର୍ଟ
ଆଜିର ଏହାର ଶୁଶାଣି ବେଳେ କେନ୍ଦ୍ର ସରକାର ଘଟଣାର ଯାଞ୍ଚ କରୁଥିବା କୋର୍ଟଙ୍କୁ ଅବଗତ କରାଇଛନ୍ତି। ଏହା ଶୁଣିବା ପରେ କୋର୍ଟ କେନ୍ଦ୍ର ସରକାରଙ୍କୁ ବିସ୍ତୃତ ତଥ୍ୟ ଦେବାକୁ ୩ ସପ୍ତାହର ସମୟ ଦେଇଛନ୍ତି।
National
ରାସ୍ତାରେ ବହିଲା ରକ୍ତର ସ୍ରୋତ! ଲୋକେ ଭୟଭୀତ
ରାସ୍ତାରେ ଯେମିତି ରକ୍ତର ସ୍ରୋତ ଚାଲିଛି ବୋଲି ଆଶଙ୍କା କରି ଲୋକମାନେ ପୂରା ଆତଙ୍କିତ ହୋଇପଡ଼ିଥିଲେ।