ନୂଆଦିଲ୍ଲୀ: ଦୁଇ ସାଧ୍ୱୀଙ୍କୁ ଦୁର୍ଷ୍କମ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମ ୨୦ ବର୍ଷ ଜେଲ ଦଣ୍ଡ ଭୋଗୁଛନ୍ତି। ଜେଲ୍ରେ ଥିବା ରାମ ରହିମଙ୍କ ଦିନଚର୍ଯ୍ୟା ନେଇ ଅନେକ ଖବର ମିଳୁଛି। ସେଥି ମଧ୍ୟରୁ ଅନେକ ଉଡ଼ା ଖବର ବୋଲି ଜଣାପଡ଼ିଛି। ସେ ଜେଲ୍ରେ କାନ୍ଦୁଥିବା ନେଇ ଯେଉଁ ଖବର ପ୍ରଚାର କରାଯାଉଛି ତାହା ମିଛ ବୋଲି କହିଛନ୍ତି ହରିଆଣାର ଜେଲ୍ ବିଭାଗ ଡିଜି। ସେ ଏକ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି,“ରାମ ରହିମ ସଂପୂର୍ଣ୍ଣ ଭାବେ ସୁସ୍ଥ ଅଛନ୍ତି। ଜେଲ୍ ପ୍ରଶାସନ ପକ୍ଷରୁ ତାଙ୍କୁ ଚାଷବାସ କାମ ଦିଆଯାଇଛି। ସେ ଦୈନିକ ୨୦ ଟଙ୍କା ପାରିଶ୍ରମିକରେ କାମ କରୁଛନ୍ତି। ତାଙ୍କର ବ୍ୟବହାର ଜଣେ ଅନୁଶାସିତ କଏଦୀଙ୍କ ଭଳି ରହିଛି।”
ସେ କହିଛନ୍ତି,“ରାମ ରହିମ ଜେଲ୍ରେ କେମିତି ଅଛନ୍ତି, କ’ଣ କରୁଛନ୍ତି- ଏସବୁକୁ ନେଇ ଯାହା ସବୁ ପ୍ରଚାର ହେଉଛି ସେଗୁଡ଼ିକ ମିଛ। ସେ ଜେଲ୍ରେ ଜଣେ ସାଧାରଣ କଏଦୀଙ୍କ ଭଳି ରହୁଛନ୍ତି।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।