ବେଜିଂ: ପୁଣି ଥରେ ଚୀନ ରାଷ୍ଟ୍ରପତି ହୋଇଥିବା ସି ଜିଙ୍ଗ ପିଙ୍ଗ୍ ଗତକାଲି ସେନା ଅଧିକାରୀଙ୍କ ସହ ଏକ ବୈଠକ କରିଥିଲେ। ଏହି ଅବସରରେ ଜିଙ୍ଗ ପିଙ୍ଗ୍ କହିଥିଲେ,“ଯୁଦ୍ଧ ଜିତିବା ସେନାର ଲକ୍ଷ୍ୟ ହେବା ଦରକାର। ଏଥିପାଇଁ ସବୁବେଳେ ପ୍ରସ୍ତୁତ ରୁହ। ଆମେ ଏହା ଉପରେ ଗୁରୁତ୍ୱ ଦେବା ଆବଶ୍ୟକ ଯେ ୨୦୫୦ ମସିହା ବେଳକୁ ଯେପରି ବିଶ୍ୱ ସ୍ତରୀୟ ସେନା ତିଆରି କରି ପାରିବା।”
ଦ୍ୱିତୀୟ ଥର ରାଷ୍ଟ୍ରପତି ହେବା ପରେ ଜିଙ୍ଗ୍ ପିଙ୍ଗଙ୍କ ଏହା ପ୍ରଥମ ବୈଠକ ଥିଲା। ଏହି ବୈଠକକୁ ସେ ନିଜେ ମଧ୍ୟ ସେନା ପୋଷାକ ପିନ୍ଧି ଆସିଥିଲେ।
ଜିଙ୍ଗ ପିଙ୍ଗ୍ ଆହୁରି କହିଥିଲେ,“ସେନା ପ୍ରଶିକ୍ଷଣ ଓ ବ୍ୟାୟମ ଉପରେ ଅଧିକ ଗୁରୁତ୍ୱ ଦେବା ଜରୁରୀ। ଏହାସହିତ ଜାତୀୟ ପ୍ରତିରକ୍ଷା ବ୍ୟବସ୍ଥାରେ ସମୟୋପଯୋଗୀ ସଂସ୍କାର ହେବା ଦରକାର। ଆମେ ଏପରି ଏକ ସେନା ତିଆରି କରିବା ଦରକାର ଯାହା କି କମ୍ୟୁନିଷ୍ଟ ପାର୍ଟି ଅଫ୍ ଚୀନ (ସିପିସି)ର ନିର୍ଦ୍ଦେଶ ଶୁଣିବା ସହ ଯୁଦ୍ଧ ଜିତିବା ପାଇଁ ସକ୍ଷମ ହୋଇପାରିବ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।