ଲକ୍ଷ୍ମୌ: ଯୌନ ନିର୍ଯାତନା ମାମଲାରେ ଜେଲ୍ ଯାଇଥିବା ଚିନ୍ମୟାନନ୍ଦ ବିଜେପିରେ ଆଉ ନାହାନ୍ତି। ଚିନ୍ମୟାନନ୍ଦଙ୍କ ନାଁରେ ମାସେ ହେବ ଯୌନ ନିର୍ଯାତନା ଅଭିଯୋଗ ଆସିବା ପରେ ବିଜେପି ନେତା ତାଙ୍କ ବାବଦରେ ପ୍ରଥମ ଥର ପ୍ରତିକ୍ରିୟା ରଖିଛନ୍ତି। ଉତ୍ତର ପ୍ରଦେଶ ବିଜେପି ମୁଖପାତ୍ର ହରୀଶ ଶ୍ରୀବାସ୍ତବ କହିଛନ୍ତି ମୁଁ ଦଳ ତରଫରୁ ଏହି ପ୍ରତିକ୍ରିୟା ରଖୁଛି।
ତେବେ କେବେଠୁ ସେ ବିଜେପିରୁ ସଦସ୍ୟ ନାହାନ୍ତି ସାମ୍ୱାଦିକଙ୍କ ଏହି ପ୍ରଶ୍ନରେ ସେ ଗାଲେଇବାକୁ ଯାଇ ତାରିଖ ବା ଦିନ ବାବଦରେ ଚିତ୍ର ଅସ୍ପଷ୍ଟ ରଖିଥିଲେ।
୭୩ ବର୍ଷୀୟ ଚିନ୍ମୟାନନ୍ଦ ତିନି ଥର ସାଂସଦ ଥିବା ବେଳେ ଅଟଳ ବିହାରୀ ବାଜପେୟୀ ସରକାରରେ କେନ୍ଦ୍ର ରାଜ୍ୟ ସ୍ୱରାଷ୍ଟ୍ର ମନ୍ତ୍ରୀ ଥିଲେ।
ସୂଚନାଯୋଗ୍ୟ, ଗତ ଶୁକ୍ରବାର ଚିନ୍ମୟାନନ୍ଦଙ୍କୁ ପୁଲିସ ଗିରଫ କରିଛି। ତାଙ୍କ କଲେଜରେ ପଢ଼ୁଥିବା ଜଣେ ଆଇନ୍ ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦେଇଥିଲେ ବୋଲି ଅଭିଯୋଗ ରହିଥିଲା। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଏସଆଇଟି ଏବେ ମାମଲାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।