ନୂଆଦିଲ୍ଲୀ: ସୁପ୍ରିମ୍କୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ୍ ରଞ୍ଜନ ଗୋଗୋଇ ଶୁକ୍ରବାର ଡୁତ୍ତର ପ୍ରଦେଶ ମୁଖ୍ୟ ଶାସନ ସଚିବ ଏବଂ ଡାଇରେକ୍ଟ ଜେନେରାଲ ପୁଲିସ୍ଙ୍କ ସହ ବୈଠକ କରିଛନ୍ତି। ଆସନ୍ତା ସପ୍ତାହରେ ରାଜନୀତିକ ଦୃଷ୍ଟିରୁ ଅତି ସମ୍ବେଦନଶୀଳ ଅଯୋଧ୍ୟା ରାମ ଜନ୍ମଭୂମି ବିବାଦ ମାମଲାର ରାୟ ଆସିବା ଆଗରୁ ସେ ସୁରକ୍ଷା ବ୍ୟବସ୍ଥା ବାବଦରେ ସୀମକ୍ଷା କରିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ସିଜେଆଇଙ୍କ ଚାମ୍ବରରେ ଏହି ବୈଠକ ଆୟୋଜିତ ହୋଇଥିଲା। ପ୍ରାୟ ୧ ଘଣ୍ଟା ଧରି ଏହି ବୈଠକ ଚାଲିଥିଲା। ଏଥିରେ ଉତ୍ତରପ୍ରଦେଶ ମୁଖ୍ୟ ଶାସନ ସଚିବ ରାଜେନ୍ଦ୍ର କୁମାର ତିୱାରୀ ଏବଂ ଡିଜିପି ଓମ୍ ପ୍ରକାଶ ସିଂହ ସିଜେଆଇଙ୍କୁ ଆଇନ ଶୃଙ୍ଖଳା ବଜାୟ ରଖିବା ପାଇଁ କରାଯାଇଥିବା ସୁରକ୍ଷା ବ୍ୟବସ୍ଥା ବାବଦରେ କହିଥିଲେ।
ସୂଚନାଯୋଗ୍ୟ ଯେ, ଅଯୋଧ୍ୟା ରାମଜନ୍ମଭୂମି ଏବଂ ବାବ୍ରି ମସ୍ଜିଦ୍ ବିବାଦର ଶୁଣାଣି ଗତ ଅକ୍ଟୋବର ୧୬ରେ ସରିଥିବାବେଳେ ରାୟ ସ୍ଥଗିତ ରଖାଯାଇଛି। ଏହା ପୂର୍ବରୁ ୪୦ ଦିନର ମାରାଥନ୍ ଶୁଣାଣି ଚାଲୁ ରହିଥିଲା। ନଭେମ୍ବର ୧୭ରେ ସିଜେଆଇ ଜଷ୍ଟିସ୍ ଗୋଗୋଇ ଅବସର ନେବାର ଥିବାରୁ ଏହା ପୂର୍ବରୁ ରାୟ ଆସିବାର ଅଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମଝି ସମୁଦ୍ରରେ ବୁଡ଼ିଲା ଯାତ୍ରୀବାହୀ ଡ଼ଙ୍ଗା, ଜଣେ ମୃତ, ୨୦ ଉଦ୍ଧାର
ଦୁର୍ଘଟଣାରେ ଜଣେ ୫୪ ବର୍ଷୀୟ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୨୦ ଜଣଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।
National
ଆସାମରୁ ଗିରଫ ହେଲେ ଆଉ ୨ ଦୁଇ ବାଂଲାଦେଶୀ ଆତଙ୍କୀ
ଏହାପୂର୍ବରୁ ଆସାମ, ପଶ୍ଚିମବଙ୍ଗ ଓ କେରଳରୁ ୮ ଜଣ ଏବିଟି ସଦସ୍ୟ ଗିରଫ ହୋଇଥିଲେ। ସେମାନଙ୍କୁ ଜେରା କରାଯିବା ବେଳେ ଅବଦୁଲ ଓ ମୀର୍ଦ୍ଧା ସମ୍ପର୍କରେ ସୂଚନା ମିଳିଥିଲା।
Viral
ଅସୁସ୍ଥ ପତ୍ନୀଙ୍କ ପାଇଁ ନେଲେ VRS, କିନ୍ତୁ ବିଦାୟ ସମ୍ବର୍ଦ୍ଧନା ବେଳେ ଆଖି ବୁଜିଲେ ପତ୍ନୀ
କ୍ୟାମେରାକୁ ଚାହିଁ ହସୁଥିଲେ। ବେକରେ ଥିଲା ବିରାଟ ଗେଣ୍ଡୁମାଳ। କିଛି ଫୁଲ ମଧ୍ୟ ସେ ଧରିଥିଲେ। ସ୍ୱାମୀଙ୍କ ବିଦାୟୀ କାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ପାଇଁ ତାଙ୍କ ଚାରି ପାଖର ପରିବେଶ ବେଶ ଉତ୍ସବ ମୁଖର ଥିଲା। ସମସ୍ତେ ଖୁସି ହୋଇ କାର୍ଯ୍ୟକ୍ରମର ମଜା ନେଉଥିଲେ। କିନ୍ତୁ ...
National
ସଂସଦ ନିକଟରେ ନିଜକୁ ଜାଳି ଦେଲେ, ମିଳିଲା ଅଧା ପୋଡ଼ା ଚିଠି
ଘଟଣା ସ୍ଥଳରୁ ପୁଲିସ୍ ଦୁଇ ପୃଷ୍ଠାର ଅଧା ଲେଖା ଚିଠି ଠାବ କରିଛି। କିନ୍ତୁ ଏଥିରେ ଥିବା ବିଷୟବସ୍ତୁ ସମ୍ପର୍କରେ ଜଣାପଡ଼ି ନାହିଁ।
National
ଲିଫ୍ଟ ଦେଉଥିଲା, ଜୀବନ ନେଉଥିଲା: ୧୧ ଜଣଙ୍କୁ ମାରିବା ପରେ ଧରାପଡ଼ିଲା
ଜଣେ ମୃତକଙ୍କ ପୀଠରେ ଅଭିଯୁକ୍ତ ଜଣକ ପିଠିରେ ଧୋକା ବାଜ ବୋଲି ଲେଖିଥିଲା। ପୀଡ଼ିତ ଜଣଙ୍କ ପୂର୍ବତନ ସେନା କର୍ମଚାରୀ। ସେ ଗୋଟିଏ ଘରୋଇ ଫ୍ୟାକ୍ଟ୍ରୀରେ ସିକ୍ୟୁରିଟୀ ଗାର୍ଡ ଭାବେ କାମ କରୁଥିଲେ।