କୋମାକୁ ଚାଲିଗଲେ ପ୍ରଣବ ମୁଖାର୍ଜୀ, ଅବସ୍ଥା ଅତ୍ୟନ୍ତ ଗମ୍ଭୀର

ନୂଆଦିଲ୍ଲୀ: ଦେଶର ପୂର୍ବତନ ରାଷ୍ଟ୍ରପତି ତଥା ଭାରତ ରତ୍ନ ପ୍ରଣବ ମୁଖାର୍ଜୀଙ୍କ ଅବସ୍ଥା ଅତ୍ୟନ୍ତ ଗମ୍ଭୀର ହୋଇଯାଇଛି। ସୋମବାର ରାତିରୁ ଭେଣ୍ଟିଲେଟରରେ ଥିବା ପ୍ରଣବ ଦା’ ଏବେ କୋମାକୁ ଚାଲି ଯାଇଛନ୍ତି। ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ କୌଣସି ପରିବର୍ତ୍ତନ ହେଉନାହିଁ ବୋଲି ଦିଲ୍ଲୀ ସ୍ଥିତି ଆର୍ମିର ରିସିର୍ଚ୍ଚ ଆଣ୍ଡ ରେଫରାଲ ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି।

ପ୍ରଣବ ଦା’ଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ନଜର ରଖିଥିବା ଡାକ୍ତରମାନଙ୍କ କହିବା ଅନୁଯାୟୀ ବ୍ରେନ ସର୍ଜରୀ ପରେ ତାଙ୍କର ଅବସ୍ଥା ସଙ୍କଟାପନ୍ନ ହୋଇଥିଲା। ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲେ। ଏବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ କୌଣସି ପରିବର୍ତ୍ତନ ଆସୁନାହିଁ ଓ ସେ ଗଭୀର କୋମାକୁ ଚାଲି ଯାଇଛନ୍ତି। ତାଙ୍କ ଗୁରୁତ୍ୱପୂର୍ଣ୍ଣ ଅଙ୍ଗଗୁଡ଼ିକ ସ୍ଥିର ରହିଛି ଓ ସେ ପୂର୍ବଭଳି ଭେଣ୍ଟିଲେଟରରେ ରହିଛନ୍ତି ବୋଲି ହସ୍ପିଟାଲ ପକ୍ଷରୁ କୁହାଯାଇଛି।

କିଛି ଦିନ ତଳେ ଘରର ବାଥରୁମରେ ପଡ଼ିଯିବାରୁ ପ୍ରଣବ ଦା’ଙ୍କ ମୁଣ୍ଡରେ ରକ୍ତ ଜମାଟ ବାନ୍ଧି ଯାଇଥିଲା। ଏହି କାରଣରୁ ସେ ଅଗଷ୍ଟ ୧୦ରେ ବ୍ରେନ ସର୍ଜରୀ ପାଇଁ ହସ୍ପିଟାଲ ଆସିଥିଲେ। ଏହି ସମୟରେ ତାଙ୍କର କରୋନା ପରୀକ୍ଷା କରାଯାଇଥିଲା ଓ ଏହା ପଜିଟିଭ ଆସିଥିଲା। ତଥାପି ହସ୍ପିଟାଲ ପକ୍ଷରୁ ତାଙ୍କର ବ୍ରେନ ସର୍ଜରୀ କରାଯାଇଥିଲା। ସର୍ଜରୀ ପରେ ସେ ଭେଣ୍ଟିଲେଟରରେ ହିଁ ରହିଛନ୍ତି।

ଆହୁରି ପଢ଼ନ୍ତୁ

ଆରମ୍ଭ ମ୍ୟାଚରେ ହାରିବା ପରେ ଖୁସି ହୋଇଗଲେ ମୁମ୍ୱାଇ ଇଣ୍ଡିଆନ୍ସ ଫ୍ୟାନ୍ !

ରୋମାଞ୍ଚକର ବିଜୟରୁ ଆଇପିଏଲ ଆରମ୍ଭ କଲା ଚେନ୍ନାଇ

ବାଇକ୍‌ ଉପରେ ଚଢ଼ିଗଲା ସ୍କର୍ପିଓ, ରାସ୍ତାରେ ଚାଲିଗଲା ଦୁଇ ଯୁବକଙ୍କ ଜୀବନ

ଆଇପିଏଲରୁ କ୍ୟାରିଅର ଆରମ୍ଭ କଲେ ଓଡ଼ିଆ ପୁଅ

ଏଥର ବିଧାନସଭାର ଅନୁମୋଦନ ପାଇଁ ଆସିବ ୧୨ଟି ଅଧ୍ୟାଦେଶ

ମୁମ୍ବାଇ ଇଣ୍ଡିଆନ୍ସକୁ ୧୬୨ ରନରେ ଅଟକାଇଲା ଚେନ୍ନାଇ

ଶ୍ରୀମନ୍ଦିରରେ ବିଭ୍ରାଟ ହେବନି ତ ଶ୍ରୀଜୀଉଙ୍କ ସେବା ପୂଜା

କରୋନା ଟଙ୍କା ଖାଇଯାଉଛନ୍ତି : ସୁର ରାଉତରାୟ

ଆରୋଗ୍ୟ ହେଲେ ୪୦୯୦ କରୋନା ଆକ୍ରାନ୍ତ, ଆଗରେ ଖୋର୍ଦ୍ଧା

କୋଭିଡ଼ ରୋଗୀ ବଂଚିଛନ୍ତି ନା ମରିଛନ୍ତି, ଜାଣିପାରୁନି ପ୍ରଶାସନ!

ଭୁବନେଶ୍ୱରରୁ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୨୩୮ ଲୋକାଲ୍‌ କେସ

ରବିବାର ରାଜ୍ୟସଭାରେ କୃଷି ବିଲ୍, କେନ୍ଦ୍ରକୁ ସମର୍ଥନ କରିବେ ନବୀନ !