ନୂଆଦିଲ୍ଲୀ: ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଶେଷ ହୋଇଥିବାବେଳେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି ଫେସବୁକ ପୋଷ୍ଟ ଜରିଆରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ମନରେଗା) ସଂକ୍ରାନ୍ତରେ ଟିପ୍ପଣୀ ଦେଇଛନ୍ତି।
ସେ କହିଛନ୍ତି କଂଗ୍ରେସ କ୍ଷମତାକୁ ଆସିଲେ ମନରେଗା ୩.୦ ଆରମ୍ଭ ହେବ। ଏହି ଯୋଜନା ଜରିଆରେ ପାଣି ସଂରକ୍ଷଣ ଉପରେ ଗୁରୁତ୍ବ ଦିଆଯିବ। ଦେଶରେ ପାଣିର ଅଭାବ ଦେଖାଦେଇଥିବା ବେଳେ କିଛି ସ୍ଥାନରେ ଭୂତଳ ଜଳର ଅଭାବ ପରିଲିକ୍ଷିତ ହୋଇଥିବା ରାହୁଲ ଗାନ୍ଧି ସୋଶାଲ ମିଡ଼ିଆ ଫେସବୁକରେ ଉଲ୍ଲେଖ କରିଛନ୍ତି।
ଏଥିସହ କଂଗ୍ରେସ ଇସ୍ତାହାରରେ ଜାରି କରିଥିବା ପ୍ରତିଶୃତିକୁ ଦୋହରାଇ କହିଛନ୍ତି କ୍ଷମତାକୁ ଆସିଲେ ମନରେଗା ଯୋଜନା ଜରିଆରେ ୧୫୦ ଦିନର କର୍ମ ନିଯୁକ୍ତି ଶ୍ରମିକଙ୍କୁ ଦିଆଯିବ। ସୂଚନାଯୋଗ୍ୟ, ୟୁପିଏ ସରକାର ସମୟରେ ମନରେଗା ଯୋଜନା ଆରମ୍ଭ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମହାରାଷ୍ଟ୍ରରେ ସୁଶାସନର ବିଜୟ ହୋଇଛି କହିଲେ ମୋଦି, କଂଗ୍ରେସକୁ କଲେ ଟାର୍ଗେଟ
ମହାରାଷ୍ଟ୍ରରେ ସୁଶାସନ ଓ ସାମାଜିକ ନ୍ୟାୟର ବିଜୟ ହୋଇଛି କହିଲେ ମୋଦି। ମିଛ, ବିଭାଜନକାରୀ ଶକ୍ତି ଓ ପରିବାରବାଦର ହାର୍ ହୋଇଛି କହି ବିରୋଧୀଙ୍କୁ କଲେ ସମାଲୋଚନା।
Politics
ଜେଏମଏମର ରାମଦାସଙ୍କ ଠାରୁ ହାରିଲେ ଚମ୍ପାଇ ସୋରେନଙ୍କ ପୁଅ
ବିଜେପି ତାଙ୍କୁ ପ୍ରଥମଥର ପାଇଁ ଘାଟଶିଳା ଆସନରୁ ପ୍ରାର୍ଥୀ କରିଥିଲା। ହେଲେ ତାଙ୍କୁ ଜେଏମଏମର ରାମଦାସ ସୋରେନଙ୍କ ଠାରୁ ହାରିବାକୁ ପଡ଼ିଛି।
Politics
ସୋରେନ ପରିବାରର ୩ ଜଣ ଜିତିଲେ, କିନ୍ତୁ ବିଜେପିରୁ ଲଢ଼ୁଥିବା ବଡ଼ ଭାଉଜ ହାରିଲେ
ଜେଏମଏମରୁ ବାହାରି ବିଜେପି ଟିକେଟରେ ଲଢ଼ୁଥିବା ହେମନ୍ତଙ୍କ ବଡ଼ ଭାଉଜ ଗୀତା ସୋରେନ ପରିବାରର ଏକମାତ୍ର ସଦସ୍ୟ ଭାବେ ପରାସ୍ତ ହୋଇଛନ୍ତି।
Politics
ଜିତିଲେ ରାଜ୍ୟପାଳଙ୍କ ବୋହୂ, ହାରିଲେ ଓଡ଼ିଶାର କଂଗ୍ରେସ ପ୍ରଭାରୀ
ପୂର୍ଣ୍ଣିମା ୧,୦୭,୧୯୧ ଖଣ୍ଡ ଭୋଟ ପାଇଥିବା ବେଳେ ଅଜୟ କୁମାରଙ୍କୁ ୬୪,୩୨୦ ଖଣ୍ଡ ଭୋଟ ମିଳିଛି।
National
ବାପା ହାରିଲେ, ଝିଅ ଜିତିଲେ
ମହାରାଷ୍ଟ୍ରରେ ୨୮୮ଟି ଆସନରୁ ବିଜେପି ମେଣ୍ଟ ୨୩୪ଟି ବିଜୟ ଲାଭ କରୁଥିବା ସ୍ପଷ୍ଟ ହେଉଛି। ଏହି ମେଣ୍ଟ ୨୨୦ଟି ଆସନରେ ବିଜୟୀ ହୋଇସାରିଥିବା ବେଳେ ୧୪ଟିରେ ଆଗରେ ରହିଛି।