ନୂଆଦିଲ୍ଲୀ: ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ (ଆରଏସ୍ଏସ୍) ମୁଖ୍ୟ ମୋହନ ଭାଗବତଙ୍କ ବୟାନକୁ ନେଇ ପୁଣି ଚର୍ଚ୍ଚା। ସେ ପୁଣି ଥରେ କହିଛନ୍ତି ଯେ ଭାରତ ହେଉଛି ହିନ୍ଦୁ ରାଷ୍ଟ୍ର। ଏହାକୁ କେହି ବିରୋଧ କରନ୍ତି ନାହିଁ। ଯେଉଁମାନେ ଭାରତୀୟ ସେମାନଙ୍କ ପୂର୍ବପୁରୁଷମାନେ ମଧ୍ୟ ଏଇ ମାଟିରେ ରହୁଥିଲେ। ତେଣୁ ସମସ୍ତଙ୍କୁ ହିନ୍ଦୁ କୁହାଯାଇପାରିବ।
ଇନ୍ଦୋରରେ ଗତ ଶୁକ୍ରବାର ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ ସେ କହିଥିଲେ, “ହିନ୍ଦୁସ୍ତାନ ହେଉଛି ଏକ ହିନ୍ଦୁ ରାଷ୍ଟ୍ର। କିନ୍ତୁ ଏହାର ଅର୍ଥ ନୁହେଁ ଯେ ଏ ଦେଶ ଅନ୍ୟ ଧର୍ମର ଲୋକଙ୍କର ନୁହେଁ। ଯେଉଁମାନେ ଭାରତୀୟ ଓ ଯେଉଁମାନଙ୍କର ପୂର୍ବପୂରୁଷ ଏହି ମାଟିର – ସେମାନେ ସମସ୍ତେ ହିନ୍ଦୁ। ସେଥିପାଇଁ କୁହାଯାଏ ହିନ୍ଦୁତ୍ୱ , ହିନ୍ଦୁଇଜିମ୍ ନୁହେଁ।”
ସେ କହିଥିଲେ,“ବିଭିନ୍ନତା ସତ୍ତ୍ୱେ ଏଠି ଏକତା ରହି ଆସିଛି। ସାଥୀ ହୋଇ ଚାଲିବା ଓ ଉତ୍କର୍ଷ ପ୍ରାପ୍ତି କରିବାକୁ ହିଁ ଧର୍ମ କୁହାଯାଏ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।