ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ଡେଇଁଲା

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ ଦେଶରେ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଆଜି ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ଅତିକ୍ରମ କରିଥିବା ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ଜାନୁଆରୀ ୩୦ରେ ପ୍ରଥମ କରୋନା ରୋଗୀ ଦେଶରେ ଚିହ୍ନଟ ହୋଇଥିଲେ। ଏହାର ୪ ମାସ ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ଅତିକ୍ରମ କରିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ମାତ୍ର ୩ ଦିନ ମଧ୍ୟରେ ଦେଶରେ ୧୦ ହଜାରରୁ ଅଧିକ ନୂଆ କରୋନା […]

bd

Hemant Lenka
  • Published: Wednesday, 06 May 2020
  • , Updated: 06 May 2020, 08:59 PM IST

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ ଦେଶରେ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଆଜି ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ଅତିକ୍ରମ କରିଥିବା ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ଜାନୁଆରୀ ୩୦ରେ ପ୍ରଥମ କରୋନା ରୋଗୀ ଦେଶରେ ଚିହ୍ନଟ ହୋଇଥିଲେ। ଏହାର ୪ ମାସ ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ଅତିକ୍ରମ କରିଛି।

ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ମାତ୍ର ୩ ଦିନ ମଧ୍ୟରେ ଦେଶରେ ୧୦ ହଜାରରୁ ଅଧିକ ନୂଆ କରୋନା ମାମଲା ସାମ୍ନାକୁ ଆସିଛି। ଏବେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦,୫୪୫ ଛୁଇଁଛି। ଏମାନଙ୍କ ମଧ୍ୟରୁ ୧୪ ହଜାରରୁ ଅଧିକ ଲୋକ ସୁସ୍ଥ ହୋଇଥିବା ବେଳେ ୧୬୯୪ ଜଣଙ୍କ ମୃତ୍ୟୁ ଘଟିଛି।

ମହାରାଷ୍ଟ୍ରରେ ସର୍ବାଧିକ କରୋନା ଆକ୍ରାନ୍ତ ରହିଥିବା ବେଳେ ଦ୍ୱିତୀୟରେ ଗୁଜରାଟ ଓ ତୃତୀୟରେ ଦିଲ୍ଲୀ ରହିଛି। ମହାରାଷ୍ଟ୍ରରେ ଆଜି ୧୬,୭୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି କେବଳ ୧୨୩୩ ନୂଆ ପଜିଟିଭ ସଂଖ୍ୟା ସାମ୍ନାକୁ ଆସିଛି।

ମହାରାଷ୍ଟ୍ରର ମୁମ୍ବାଇରେ ସର୍ବାଧିକ ୧୦,୭୧୪ ଜଣ ଆକ୍ରାନ୍ତ ରହିଛନ୍ତି। ଗୁଜରାଟରେ ଆଜି ୩୮୦ ମାମଲା ସାମ୍ନାକୁ ଆସିଛି। ଫଳରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬୬୨୫ ଛୁଇଁଛି। ଦିଲ୍ଲୀରେ ୫ ହଜାରରୁ ଅଧିକ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ତାମିଲନାଡୁରେ ଆଜି ୭୧୧ ଜଣ କରୋନା ରୋଗୀ ଠାବ ହୋଇଛନ୍ତି। ଫଳରେ ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୮୨୯ ଛୁଇଁଛି।

ଅନ୍ୟପକ୍ଷରେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସକାଳ ୮.୩୦ ସୁଦ୍ଧା ଦେଇଥିବା ତଥ୍ୟ ଅନୁଯାୟୀ, ବର୍ତ୍ତମାନ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୪୯,୩୯୧ ରହିଛି। ଏମାନଙ୍କ ମଧ୍ୟରୁ ୧୪,୧୮୩ ଜଣ ସୁସ୍ଥ ହୋଇଥିବା ବେଳେ ୧୬୯୪ ଜଣଙ୍କ ମୃତ୍ୟୁ ହୋଇଛି। ଆଜି ବିଭିନ୍ନ ରାଜ୍ୟରେ ଆକ୍ରାନ୍ତ ହୋଇଥିବା ସଂଖ୍ୟାକୁ ଆସନ୍ତାକାଲି ମନ୍ତ୍ରଣାଳୟ ତା’ର ଚୂଡ଼ାନ୍ତ ତାଲିକାରେ ସାମିଲ କରି ପ୍ରକାଶ କରିବ।

Related story